ଯିଶାଇୟ 2
2
ସ୍ଥାୟୀ ଶାନ୍ତି
1ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ। 2ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। 3ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ। 4ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ। 5ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ।
ସଦାପ୍ରଭୁଙ୍କ ଦିନ
6କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି। 7ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ। 8ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି। 9ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ। 10ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ। 11ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। 12କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ; 13ଅର୍ଥାତ୍, (ସେହି ଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ; 14ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ; 15ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ; 16ତର୍ଶୀଶ୍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ। 17ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। 18ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ। 19ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ। 20ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ; 21ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ। 22ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ ?
Currently Selected:
ଯିଶାଇୟ 2: ORYIRV
Highlight
Share
Copy
Want to have your highlights saved across all your devices? Sign up or sign in
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

: