ଯାକୁବ 3:14-18
ଯାକୁବ 3:14-18 ORYIRV
କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ । ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଓ ଭୌତିକ ଅଟେ; କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ । କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ । ପୁଣି, ଶାନ୍ତିକାରକ ଲୋକମାନଙ୍କ ଦ୍ୱାରା ଶାନ୍ତିର ବୀଜ ବୁଣାଯାଏ ଧାର୍ମିକତା ରୂପ ଫଳ କାଟିବେ ।