Bible App logo
Search Icon

ଯିହୋଶୂୟ 15

15
ଯିହୁଦାର ବାଣ୍ଟ
1ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ଵସ୍ଥ ସୀନ୍‍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା। 2ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର#15:2 ଅର୍ଥାତ୍ ମୃତ୍ୟୁ ସାଗର ପ୍ରାନ୍ତଭାଗ, ଅର୍ଥାତ୍‍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ 3ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସୀନ୍‍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା। 4ଏଉତ୍ତାରେ ଅସ୍‍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। 5ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା 6ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା। 7ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା। 8ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା। 9ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍‍-ଯିୟାରୀମ୍‍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା। 10ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା। 11ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। 12ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି। 13ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା। 14ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ। 15ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍‍-ସେଫର ନାମରେ ବିଖ୍ୟାତ ଥିଲା। 16ସେହି ସମୟରେ କାଲେବ କହିଲେ, ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି। 17ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ। 18ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ? 19ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ। ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ। 20ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର। 21ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍‍ସେଲ ଓ ଏଦର ଓ ଯାଗୁର 22ଓ କୀନା ଓ ଦୀମୋନା ଓ ଅଦାଦା 23ଓ କେଦଶ୍‍ ଓ ହାସୋର ଓ ଯିତ୍ନନ୍; 24ସୀଫ୍‍ ଓ ଟେଲମ୍‍ ଓ ବାଲୋତ୍‍ 25ଓ ହାସୋର-ହଦତ୍ତା ଓ କରିୟୋଥ୍‍-ହିଷ୍ରୋଣ (ଅବା ହାସୋର;) 26ଅମାମ୍‍ ଓ ଶେମା ଓ ମୋଲାଦା 27ଓ ହତ୍‍ସର-ଗଦ୍ଦା ଓ ହିଷ୍‍ମୋନ୍‍ ଓ ବେଥ୍-ପେଲଟ 28ଓ ହତ୍‍ସର-ଶୁୟାଲ୍‍ ଓ ବେର୍‍ଶେବା ଓ ବିଷିୟୋଥିୟା; 29ବାଲା ଓ ଇୟୀମ୍‍ ଓ ଏତ୍‍ସମ୍‍; 30ଇଲତୋଲଦ୍‍ ଓ କସୀଲ ଓ ହର୍ମା 31ଓ ସିକ୍ଲଗ୍‍ ଓ ମଦ୍‍ମନ୍ନା ଓ ସନ୍‍ସନ୍ନା 32ଓ ଲବାୟୋତ୍‍ ଓ ଶିଲହୀମ୍‍ ଓ ଐନ୍‍ ଓ ରିମ୍ମୋନ୍‍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର। 33ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍‍ନା 34ଓ ସାନୋହ ଓ ଐନ୍‍-ଗନ୍ନୀମ ଓ ତପୂହ ଓ ଐନମ୍; 35ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା 36ଓ ଶାରୟିମ୍‍ ଓ ଅଦୀଥୟିମ୍‍ ଓ ଗଦେରା ଓ ଗଦେରୋଥୟିମ୍‍; ଗ୍ରାମ ସମେତ ଏହି ଚଉଦ ନଗର। 37ସନାନ୍‍ ଓ ହଦାଶା ଓ ମିଗ୍‍ଦଲଗାଦ 38ଓ ଦିଲୀୟନ୍‍ ଓ ମିସ୍ପେ ଓ ଯକ୍ତେଲ; 39ଲାଖୀଶ୍‍ ଓ ବସ୍କତ୍‍ ଓ ଇଗ୍ଲୋନ୍‍; 40କେବ୍ବୋନ୍‍ ଓ ଲହମମ ଓ କିତୀଶ୍‍ 41ଓ ଗଦେରୋତ୍‍, ବେଥ୍-ଦାଗୋନ୍‍ ଓ ନୟମା ଓ ମକ୍‍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର। 42ଲିବ୍‍ନା ଓ ଏଥର୍‍ ଓ ଆଶନ୍‍ 43ଓ ଯିପ୍ତହ ଓ ଅସ୍‍ନା ଓ ନତ୍‍ସୀବ୍‍; 44କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର। 45ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ; 46ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସ୍‍ଦୋଦ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ। 47ଅସ୍‍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ। 48ପର୍ବତମୟ ଦେଶରେ ଶାମୀର୍‍ ଓ ଯତ୍ତୀର ଓ ସୋଖୋ; 49ପୁଣି ଦନ୍ନା ଓ କିରୀୟଥ୍‍-ସନ୍ନା (ଏହାକୁ ଦବୀର କହନ୍ତି) 50ଓ ଅନାବ ଓ ଇଷ୍ଟିମୋୟ ଓ ଆନୀମ୍‍ 51ଓ ଗୋଶନ ଓ ହୋଲୋନ୍‍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର। 52ଅରାବ୍‍ ଓ ଦୂମା ଓ ଇଶୀୟନ୍‍ 53ଓ ଯାନୁମ୍‍ ଓ ବେଥ୍-ତ୍ତପୂହ ଓ ଅଫେକା 54ଓ ହୁମ୍‍ଟା ଓ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର। 55ମାୟୋନ୍‍, କର୍ମିଲ ଓ ସୀଫ୍ ଓ ଯୁଟା 56ଓ ଯିଷ୍ରିୟେଲ ଓ ଯଗ୍‍ଦୀୟାମ୍‍ ଓ ସାନୋହ; 57କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର। 58ହଲହୁଲ ଓ ବେଥ୍-ସୁର ଓ ଗଦୋର 59ଓ ମାରତ୍‍ ଓ ବେଥ୍-ଅନୋତ୍‍ ଓ ଇଲ୍‍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର। 60କିରୀୟଥ୍‍-ବାଲ (ଏହାକୁ କିରୀୟଥ୍‍-ଯିୟାରୀମ୍‍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର। 61ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍‍ ଓ ସକାଖା 62ଓ ନିବ୍‍ଶନ୍‍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର। 63ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in