ମଲାଖି 3:17-18
ମଲାଖି 3:17-18 ORYIRV
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।” ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।





