YouVersion Logo
Search Icon

ମଲାଖି 4

4
ସଦାପ୍ରଭୁଙ୍କର ଭୟଙ୍କର ଦିନ
1“କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। 2ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ। 3“ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ,” ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି। 4“ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର। 5ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା। 6ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।

Currently Selected:

ମଲାଖି 4: ORYIRV

Highlight

Share

Copy

None

Want to have your highlights saved across all your devices? Sign up or sign in

YouVersion uses cookies to personalize your experience. By using our website, you accept our use of cookies as described in our Privacy Policy