ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25
25
ବାଲପିୟୋର ପ୍ରତି ଆସକ୍ତି
1ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ। 2ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ। 3ଆଉ ଇସ୍ରାଏଲ ଆପେ ବାଲ୍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା। 4ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।” 5ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।” 6ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ। 7ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା; 8ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ମାରୀ ନିବୃତ୍ତ ହେଲା। 9ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।
ପୀନହସ୍ଙ୍କ ଅନ୍ତର୍ଜ୍ୱାଳା
10ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 11“ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।” 12ଏହେତୁ ତୁମ୍ଭେ କୁହ, ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ; 13ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା। 14ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର। 15ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା। 16ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 17“ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର; 18କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”
Currently Selected:
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25: ORYIRV
Highlight
Copy
Compare
Share
Want to have your highlights saved across all your devices? Sign up or sign in
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

: