ଫିଲିପ୍ପୀୟ 1
1
ଅଭିବାଦନ
1ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ; 2ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
ପାଉଲଙ୍କ ପ୍ରାର୍ଥନା
3ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ । 4ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ 5ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି 6କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ; 7ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ' ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି । 8କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ୱର ମୋହର ସାକ୍ଷୀ । 9ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ, 10ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି, ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ, 11ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ ।
ସୁସମାଚାର କାର୍ଯ୍ୟର ବୃଦ୍ଧି
12ହେ ଭାଇମାନେ, ମୋ' ପ୍ରତି ଯାହା ଯାହା ଘଟିଅଛି, ସେହି ସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ; 13ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା; 14ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ୱରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି । 15କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି; 16ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି, 17କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି । 18ସେଥିରେ ବା କ'ଣ ? କପଟ ଭାବରେ ହେଉ ବା ସରଳ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି ।
ଖ୍ରୀଷ୍ଟଙ୍କଠାରେ ଜୀବନଧାରଣ
19କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ, 20ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି । 21କାରଣ ମୋ' ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ । 22କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋ' ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କ'ଣ ପସନ୍ଦ କରିବି, ତାହା ଜାଣେ ନାହିଁ । 23ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର; 24ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ । 25ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି, 26ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋ' ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ । 27ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ, 28ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ୱରଦତ୍ତ ଏକ ଲକ୍ଷଣ; 29କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି; 30ଆଉ ମୋତେ ଯେଉଁପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି, ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ ।
Currently Selected:
ଫିଲିପ୍ପୀୟ 1: ORYIRV
Highlight
Share
Copy

Want to have your highlights saved across all your devices? Sign up or sign in
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

: