YouVersion Logo
Search Icon

ଫିଲିପ୍ପୀୟ 2:1-3

ଫିଲିପ୍ପୀୟ 2:1-3 ORYIRV

ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ, ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର, ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର