ଫିଲିପ୍ପୀୟ 2:3-8
ଫିଲିପ୍ପୀୟ 2:3-8 ORYIRV
ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର; ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ । ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ; ସେ ଈଶ୍ୱରରୂପୀ ହେଲେ ହେଁ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ ।