YouVersion Logo
Search Icon

ପରମ ଗୀତ 7

7
1ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ। 2ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ। 3ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ। 4ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗରଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ। 5ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି। 6ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ ! 7ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ। 8ମୁଁ କହିଲି, ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି : ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ; 9ତୁମ୍ଭର ମୁଖ#7:9 ମୁଖ କିମ୍ବା ଚୁମ୍ବନ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋ’ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ#7:9 ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ କିଅବା ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ ଧୀରେ ଧୀରେ ଚାଲିଯାଏ। 10ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋ’ ପ୍ରତି ଅଛି।
କନ୍ୟାର ପ୍ରେମ ପ୍ରଦାନ
11ଆସ, ମୋ’ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ#7:11 ପଲ୍ଲୀଗ୍ରାମରେ କିଅବା ହେନା ବୁଦାରେ କିମ୍ବା ବନ୍ୟ ପୁଷ୍ପରେ କାଳକ୍ଷେପଣ କରୁ। 12ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି। 13ଦୂଦାଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି।

Highlight

Share

Copy

None

Want to have your highlights saved across all your devices? Sign up or sign in

YouVersion uses cookies to personalize your experience. By using our website, you accept our use of cookies as described in our Privacy Policy