ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1
1
1ପାଉଲ, ସିଲ୍ୱାନ ଓ ତୀମଥିଙ୍କ ନିକଟରୁ ଥେସଲନିକାରେ ଥିବା ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଶ୍ୱାସୀ ମଣ୍ଡଳୀକୁ ଏହି ପତ୍ର। ପିତା ଈଶ୍ୱର ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରଦତ୍ତ ହେଉ।#1:1 ସିଲ୍ୱାନ - ଏହାଙ୍କର ଅନ୍ୟ ନାମ ଶୀଲା (ପ୍ରେରିତ ୧୫:୨୨), ପ୍ରେରିତ ୧୭:୧।
ଥେସଲନିକୀୟମାନଙ୍କର ଜୀବନ ଓ ବିଶ୍ୱାସ
2ଆମେ ସର୍ବଦା ତୁମ ସମସ୍ତଙ୍କ ନିମନ୍ତେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଉ ଏବଂ ଆମ ପ୍ରାର୍ଥନାରେ ତୁମ୍ଭମାନଙ୍କ ବିଷୟରେ ସବୁବେଳେ ଜଣାଇ ଥାଉ। 3ଆମ୍ଭେମାନେ ପିତା ଈଶ୍ୱରଙ୍କ ନିକଟରେ ସ୍ମରଣ କରିଥାଉ, କିପରି ତୁମ୍ଭେମାନେ ନିଜ ବିଶ୍ୱାସକୁ କାର୍ଯ୍ୟରେ ପରିଣତ କରୁଛ, ପ୍ରେମରେ ଅନୁପ୍ରାଣିତ ହୋଇ କିପରି କଠିନ ପରିଶ୍ରମ କରୁଛ ଏବଂ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭରସା କିପରି ଦୃଢ଼। 4ଭାଇମାନେ! ଆମେ ଜାଣୁ ଯେ, ଈଶ୍ୱର ତୁମ୍ଭମାନଙ୍କୁ ପ୍ରେମ କରନ୍ତି ଏବଂ ତାଙ୍କ ଆପଣାର ଲୋକ ହେବା ନିମନ୍ତେ ତୁମ୍ଭମାନଙ୍କୁ ମନୋନୀତ କରିଛନ୍ତି। 5କାରଣ କେବଳ ବାକ୍ୟରେ ନୁହେଁ, ପବିତ୍ର ଆତ୍ମାଙ୍କ ସହାୟତାରେ ଶକ୍ତିର ସହିତ, ସୁସମାଚାରର ସତ୍ୟତା ସମ୍ପୂର୍ଣ୍ଣଭାବେ ଉପଲବ୍ଧି କରି ଆମେ ତାହା ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ। ତୁମ୍ଭେମାନେ ଜାଣ, ତୁମ ସହିତ ଥିବାବେଳେ ଆମେ କିପରି ଜୀବନ ଯାପନ କରିଥିଲୁ; କିପରି କେବଳ ତୁମ୍ଭମାନଙ୍କର ମଙ୍ଗଳ ଆମ ଜୀବନର ଲକ୍ଷ୍ୟ ଥିଲା। 6ତୁମ୍ଭେମାନେ ଆମକୁ ଓ ଆମ ପ୍ରଭୁଙ୍କୁ ଅନୁସରଣ କରିଥିଲ ଏବଂ ବହୁ କ୍ଲେଶ ଭୋଗିବା ସତ୍ତେ୍ୱ ପବିତ୍ର ଆତ୍ମାଙ୍କଠାରୁ ପ୍ରାପ୍ତ ଆନନ୍ଦ ସହିତ ସେହି ସୁସମାଚାର ଗ୍ରହଣ କରିଥିଲ।#ପ୍ରେରିତ ୧୭:୫-୯। 7ତେଣୁ ତୁମ୍ଭେମାନେ ମାସିଦୋନିଆ ଓ ଆଖାୟାରେ ଥିବା ସମସ୍ତ ବିଶ୍ୱାସୀଙ୍କ ନିମନ୍ତେ ଆଦର୍ଶ ସ୍ୱରୂପ ହୋଇଥିଲ। 8ତୁମ୍ଭମାନଙ୍କ ନିକଟରୁ ଯେ କେବଳ ପ୍ରଭୁଙ୍କ ଶୁଭ ବାର୍ତ୍ତା ମାସିଦୋନିଆ ଓ ଆଖାୟାରେ ବ୍ୟାପ୍ତ ହୋଇଥିଲା ତା’ ନୁହେଁ; ମାତ୍ର ତୁମ୍ଭମାନଙ୍କର ଈଶ୍ୱର-ବିଶ୍ୱାସ କଥା ସର୍ବତ୍ର ଏପରି ଭାବରେ ପ୍ରକାଶ ପାଇଛି ଯେ, ଏ ବିଷୟରେ ଆମର ଆଉ ଅଧିକ କିଛି କହିବା ପ୍ରୟୋଜନ ନାହିଁ। 9ଆମେ ତୁମ ନିକଟକୁ ଯିବାବେଳେ ତୁମ୍ଭେମାନେ କିପରି ଆମକୁ ସାଦରେ ଗ୍ରହଣ କରିଥିଲ ଓ ପ୍ରତିମା ପୂଜା ପରିତ୍ୟାଗ କରି ସତ୍ୟ ଓ ଜୀବନ୍ତ ଈଶ୍ୱରଙ୍କ ଉପାସନା କରିବାକୁ ଆଗେଇ ଆସିଥିଲ; 10ପୁଣି କିପରି ଈଶ୍ୱରଙ୍କ କ୍ରୋଧରୁ ଆମକୁ ରକ୍ଷା କରିବା ପାଇଁ, ମୃତ୍ୟୁରୁ ପୁନରୁତ୍ଥିତ ତାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ପୁନରାଗମନକୁ ତୁମ୍ଭେମାନେ ପ୍ରତୀକ୍ଷା କରି ରହିଛ, ଏ ସବୁ ବିଷୟରେ ସେଠାକାର ଲୋକମାନେ କର୍ତ୍ତବାର୍ତ୍ତା କରୁଛନ୍ତି।
Currently Selected:
ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1: ODCLBSI
Highlight
Share
Copy
Want to have your highlights saved across all your devices? Sign up or sign in
Odia (CL) NT - ପବିତ୍ର ବାଇବଲ
© The Bible Society of India, 2018.
Used by permission. All rights reserved worldwide.