୨ କରିନ୍ଥୀୟ 6
6
1ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ। 2କାରଣ ସେ କହନ୍ତି,
“ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ,
ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।”
ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ। 3ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ, 4ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ, 5ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ, 6ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ନିଷ୍କପଟ ପ୍ରେମରେ, 7ସତ୍ୟ ବାକ୍ୟରେ, ଈଶ୍ବରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ୱାରା, 8ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ୱାରା, ପ୍ରତାରକ ତୁଲ୍ୟ, ଅଥବା ସତ୍ୟବାଦୀ, 9ଅପରିଚିତ ତୁଲ୍ୟ, ଅଥବା ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥବା ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ, 10ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ। 11ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି। 12ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ। 13ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ।
ଜୀବିତ ଈଶ୍ବରଙ୍କ ମନ୍ଦିର
14ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା? 15ବିଲିୟାର୍#6:15 ବିଲିୟାର୍ ବିଲିୟାର୍ର ଅର୍ଥ ଶୟତାନ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ? 16ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି,
“ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା;
ଆମ୍ଭେ ସେମାନଙ୍କ ଈଶ୍ବର ହେବା,
ଆଉ ସେମାନେ ଆମ୍ଭର ଲୋକ ହେବେ।”
17ଏଣୁ ପ୍ରଭୁ ଏହା କହନ୍ତି,
“ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ,
ଆଉ ପୃଥକ ହୁଅ, ଆଉ,
ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ;
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”
18“ଆମ୍ଭେ ତୁମ୍ଭମାନଙ୍କର ପିତା ହେବା,
ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ,
ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।”
Currently Selected:
୨ କରିନ୍ଥୀୟ 6: IRVOry
Highlight
Copy
Compare
Share
Want to have your highlights saved across all your devices? Sign up or sign in
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.