ଦାନିୟେଲ 8:19-21
ଦାନିୟେଲ 8:19-21 OERV
ଗାବ୍ରିଏଲ କହିଲେ, “ମୁଁ ତୁମ୍ଭକୁ ଦର୍ଶନ ସମ୍ବନ୍ଧରେ ବୁଝାଇବି, ଭବିଷ୍ୟତରେ କ’ଣ ଘଟିବ ଓ ତୁମ୍ଭର ଏହି ଦର୍ଶନ ନିରୂପିତ ଶେଷକାଳର କଥା ବୋଲି ଜଣାଇବି। “ତୁମ୍ଭେ ମେଷର ଯେଉଁ ଦୁଇ ଶିଙ୍ଗ ଦେଖିଲ ସେଥିରୁ ଜଣେ ମାଦୀୟ ଓ ଅନ୍ୟ ଜଣେ ପାରସିକ ରାଜା। ଆଉ ସେ ଛାଗ ହେଉଛି ଯବନ ଦେଶର ରାଜା। ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଥିବା ବୃହତ୍ ଶିଙ୍ଗଟି ପ୍ରଥମ ରାଜା।



