ହବକ୍କୂକ 2
2
1ମୁଁ ଜଣେ ରକ୍ଷୀ ପରି ଛିଡ଼ା ହେବି।
ମୁଁ ନଗର ପ୍ରାଚୀରରେ ଜଗିବି।
ସଦାପ୍ରଭୁ ମୋତେ କ’ଣ କହିବେ, ମୁଁ ତାହା ଦେଖିବାକୁ ଅପେକ୍ଷା କରିବି।
ସେ ମୋର ପ୍ରଶ୍ନର ଉତ୍ତର କିପରି କରୁଛନ୍ତି, ମୁଁ ତାହା ଶିକ୍ଷା କରିବାକୁ ଅପେକ୍ଷା କରିବି।”
ପରମେଶ୍ୱର ହବକ୍କୂକଙ୍କୁ ଉତ୍ତର ଦିଅନ୍ତି
2ସଦାପ୍ରଭୁ ମୋତେ ଉତ୍ତର ଦେଲେ, “ଆମ୍ଭେ ତୁମ୍ଭକୁ ଯେଉଁ ଦର୍ଶନ ଦେଖାଉଛୁ ତାହା ଗୋଟିଏ ଫଳକ ଉପରେ ସ୍ପଷ୍ଟ ଭାବରେ ଲେଖ ଯେପରିକି ସବୁଲୋକ ସହଜରେ ପଢ଼ି ପାରିବେ। 3ଏହି ଦର୍ଶନ ନିର୍ଦ୍ଦିଷ୍ଟ ସାକ୍ଷୀ ଅଟେ। ଏହା ଶେଷ ବାର୍ତ୍ତା ସମ୍ବନ୍ଧରେ ସାକ୍ଷୀ ଦିଏ ଏବଂ ଏହା ମିଥ୍ୟା ହୁଏ ନାହିଁ। ଯେପରି ଜଣାଯିବ ଏହି ସମୟ କେବେ ଆସିବ ନାହିଁ। କିନ୍ତୁ ଧୈର୍ଯ୍ୟ ଧରି ଅପେକ୍ଷା କର, ସେ ସମୟ ନିଶ୍ଚୟ ଆସିବ। ଏହା ଅଧିକ ବିଳମ୍ବ ହେବ ନାହିଁ। 4ଅହଂକାରୀ ବ୍ୟକ୍ତିର ଆତ୍ମା ସଚ୍ଚୋଟ ନୁହେଁ। ସେପରି ଅହଂକାରୀ ଲୋକ ଫୁତ୍କାରରେ ଉଡ଼ିଯାଏ। କିନ୍ତୁ ଧାର୍ମିକ ଲୋକମାନେ ସେମାନଙ୍କର ବିଶ୍ୱାସ ବଳରେ ହିଁ ବଞ୍ଚିବେ।”
5ପରମେଶ୍ୱର କହିଲେ, “ଧନ ଗୋଟିଏ ବଳବାନ୍ ବ୍ୟକ୍ତିକୁ ପ୍ରତାରଣା କରି ପାରିବ। ସେ କେବେ ସଫଳ ହୋଇ ପାରିବ ନାହିଁ। କବର ପରି ସେ ସର୍ବଦା ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରିବ। କିନ୍ତୁ ମୃତ୍ୟୁ ପରି ସେ କେବେ ସନ୍ତୁଷ୍ଟ ହେବ ନାହିଁ। ସେ ଅନ୍ୟସବୁ ଦେଶକୁ ପରାସ୍ତ କରି ଗ୍ଭଲିବ। ସେ ସେହି ଲୋକମାନଙ୍କୁ ବନ୍ଦୀ କରି ଗ୍ଭଲିବ। 6କିନ୍ତୁ ଖୁବ୍ ଶୀଘ୍ର ସେହି ଲୋକମାନେ ତାକୁ ଉପହାସ କରିବେ। ସେମାନେ ତା'ର ପରାଜୟ ବିଷୟରେ ଗପ କରିବେ। ସେମାନେ ତାକୁ ପରିହାସ କରି କହିବେ, ‘ତାକୁ ଧିକ୍, ଯିଏ ଅନ୍ୟ ଲୋକମାନଙ୍କର ଧନସମ୍ପତ୍ତିକୁ ନେଇଯାଏ। ଆଉ କେତେଦିନ ପର୍ଯ୍ୟନ୍ତ ସେ ଋଣ ସଂଗ୍ରହ ଦ୍ୱାରା ଧନୀ ହେବ? ସର୍ବଶେଷରେ ତା'ର ସମ୍ପଦସବୁ ତା’ ଉପରେ ବୋଝ ହେବ।’
7ତୁମ୍ଭମାନଙ୍କର ଋଣକର୍ତ୍ତାମାନେ ହଠାତ୍ ତୁମ୍ଭ ବିରୁଦ୍ଧରେ ଛିଡ଼ା ହେବେ। ତା'ପରେ ସେମାନେ ତୁମ୍ଭଠାରୁ ଗ୍ଭେରି କରିବେ। ତୁମ୍ଭେ ଅତି ଭୟଭୀତ ହୋଇ ପଡ଼ିବ। 8ତୁମ୍ଭେ ବହୁ ଦେଶରୁ ଧନ ଅପହରଣ କରିଛ। ତେଣୁ ସେହି ଲୋକମାନେ ତୁମ୍ଭଠାରୁ ଅଧିକ ନେଇଯିବେ। ତୁମ୍ଭେ ବହୁ ଲୋକଙ୍କୁ ହତ୍ୟା କରିଛ। ବହୁଦେଶ ଓ ନଗର ଧ୍ୱଂସ କରିଛ। ସବୁ ଲୋକଙ୍କୁ ସେଠାରେ ହତ୍ୟା କରିଛ।
9ତାକୁ ଧିକ୍, ଯିଏ ଦୋଷ କରି ଧନୀ ହୋଇଛି। ସେ ଗୋଟିଏ ନିରାପଦ ସ୍ଥାନରେ ବାସ କରିବାକୁ ଏହିସବୁ କରେ। ସେ ଭାବେ ଯେ, ସେ କୌଣସି ଅନିଷ୍ଟରୁ ନିଜକୁ ରକ୍ଷା କରି ପାରିବ। 10“ତୁମ୍ଭେ ବହୁତ ଲୋକଙ୍କୁ ଧ୍ୱଂସ କରିଅଛ। କିନ୍ତୁ ତୁମ୍ଭେ ନିଜ ଘରକୁ ଲଜ୍ଜା ଆଣିଥିଲ। ତୁମ୍ଭେ ନିଜ ଜୀବନ ବିପକ୍ଷରେ ପାପ କରିଅଛ। 11ତୁମ୍ଭ କାନ୍ଥରେ ଲାଗିଥିବା ପଥର ତୁମ୍ଭ ବିରୁଦ୍ଧରେ କଥା କହିବ। ଏପରିକି ତୁମ୍ଭ ଛାତରେ ଲାଗିଥିବା କାଠର ବର୍ଗାଗୁଡ଼ିକ ତୁମ୍ଭେ ଭୁଲ୍ ବୋଲି ରାଜି ହେବ।
12“ଧିକ୍ ତୁମ୍ଭମାନଙ୍କୁ, ଯେଉଁମାନେ ଲୋକମାନଙ୍କୁ ମାରି ନଗର ନିର୍ମାଣ କରିଛ ଏବଂ ଦୁଷ୍ଟତାରେ ସହର ପ୍ରତିଷ୍ଠା କରିଛ। 13ସର୍ବଶକ୍ତିମାନ ସଦାପ୍ରଭୁ ସ୍ଥିର କରିଛନ୍ତି ଯେ ଅଗ୍ନି ସବୁ ଜିନିଷକୁ ପୋଡ଼ିଦେବ ଯାହାସବୁ ଲୋକମାନେ ନିର୍ମାଣ କରିଥିଲେ। ସେମାନଙ୍କର ସେହିସବୁ କାର୍ଯ୍ୟ ନିଷ୍ଫଳ ହେବ। 14ତା'ପରେ ଲୋକମାନେ ସବୁଆଡ଼େ ସଦାପ୍ରଭୁଙ୍କର ମହିମା ଜାଣିବେ। ସମୁଦ୍ରରେ ଜଳ ବ୍ୟାପିଲା ପରି ଏହି ଖବର ଗ୍ଭରିଆଡ଼େ ବ୍ୟାପିଯିବ। 15ତୁମ୍ଭକୁ ଧିକ୍, ଯେଉଁମାନେ ପୋଡ଼ୋଶୀମାନଙ୍କୁ ଦ୍ରାକ୍ଷାରସ ପିଆଉଛ, ତାଙ୍କୁ ମାତାଲ କରିବା ପାଇଁ ସେହି ଦ୍ରାକ୍ଷାରସରେ କିଛି ବିଷାକ୍ତ ଉପାଦନ ମିଶାଉଛ, ଯାହା ପାଇଁ ତୁମ୍ଭେ ତାଙ୍କର ଉଲଗ୍ନତା ଦେଖି ପାରିବ।
16“କିନ୍ତୁ ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାତ୍ର ତୁମ୍ଭ ଆଡ଼କୁ ଆସିବ। ତୁମ୍ଭେ ସମ୍ମାନ ବଦଳରେ ଅପମାନରେ ପରିପୂର୍ଣ୍ଣ ହେବ।
“ତୁମ୍ଭକୁ ଦ୍ରାକ୍ଷାରସ ପିଆଇ ଦିଆଯିବ ଏବଂ ଉଲଗ୍ନ କରାଯିବ। ତୁମ୍ଭର ସମ୍ମାନ ବଦଳରେ ଅପମାନ ଆସିବ। 17ତୁମ୍ଭେ ଲିବାନୋନ୍ରେ କରିଥିବା ରକ୍ତପାତ ତୁମ୍ଭକୁ ଆଚ୍ଛନ୍ନ କରିବ। ତୁମ୍ଭେ ସେଠାରୁ ବହୁ ପଶୁ ଗ୍ଭେରି କଲ। ତେଣୁ ସେହି ମୃତବ୍ୟକ୍ତିଙ୍କ ପାଇଁ ଏବଂ ସେହି ଦେଶରେ କରିଥିବା ରକ୍ତପାତ ପାଇଁ ଏବଂ ସେଠାରେ ବାସ କରୁଥିବା ପ୍ରତ୍ୟେକ ପାଇଁ ତୁମ୍ଭେ ଭୟଭୀତ ହେବ।”
ପ୍ରତିମାଗୁଡ଼ିକ ବିଷୟରେ ବାର୍ତ୍ତା
18ଖୋଦିତ ପ୍ରତିମାରେ କି ଲାଭ ଯେ, ଏହା ଜଣେ ଲୋକ ନିର୍ମାଣ କଲା ଏବଂ ଏହାକୁ ଖୋଦନ କଲା। ଧାତୁର ମୂର୍ତ୍ତିରେ କ’ଣ ଲାଭ ଅଛି? ଏହା ମିଥ୍ୟା ଶିକ୍ଷା ଦିଏ। ତେଣୁ ନିର୍ମାଣକାରୀ କାହିଁକି ଏଥିରେ ବିଶ୍ୱାସ କରିବ? ଏପରିକି ସେ ମୂର୍ତ୍ତି କଥା କହିପାରିବ ନାହିଁ। 19ସେମାନଙ୍କୁ ଧିକ୍, ଯେଉଁ ଲୋକ କାଠକୁ କୁହେ, ଜାଗ୍ରତ ହୁଅ! ମୂକ ପ୍ରସ୍ଥରକୁ କୁହେ “ଉଠ”! ଏହି ଭଣ୍ତ ଦେବତାମାନେ ନିର୍ଦ୍ଦେଶ ଦେଇ ପାରିବେ କି? ସେହି ମୂର୍ତ୍ତି ସୁନା ଓ ରୂପାରେ ଆବୃତ ହୋଇ ପାରିବ, କିନ୍ତୁ ସେ ନିର୍ଜୀବ।
20ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ଅଛନ୍ତି। ତେଣୁ ସମଗ୍ର ପୃଥିବୀ ନୀରବ ହେବ ଓ ସଦାପ୍ରଭୁଙ୍କୁ ସମ୍ମାନ ଜଣାଇବ।
Currently Selected:
ହବକ୍କୂକ 2: OERV
Highlight
Copy
Compare
Share
Want to have your highlights saved across all your devices? Sign up or sign in
Odia Holy Bible: Easy-to-Read Version (OERV)
@ 2004 Bible League International