YouVersion Logo
Search Icon

ହାଗୟ 1

1
ଏହା ମନ୍ଦିର ନିର୍ମାଣର ସମୟ
1ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ଛଅମାସର ପ୍ରଥମ ଦିବସରେ ହାଗୟ ପରମେଶ୍ୱରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶ‌‌ଲ୍‌‌ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କ ପାଇଁ ଥିଲା। ଯିରୁବ୍ବାବିଲ ଯିହୁଦାର ଦେଶାଧ୍ୟକ୍ଷ ଓ ଯିହୋଶୂୟ ଜଣେ ମହାନ ଯାଜକ ଥିଲେ। ଭବିଷ୍ୟ‌ଦ୍‌ବକ୍ତା ହାଗୟଙ୍କ ଦ୍ୱାରା କୁହାଯାଇଥିବା ବାର୍ତ୍ତା ଏହା ହିଁ ଅଟେ। 2ସର୍ବଶକ୍ତିମାନ ସଦାପ୍ରଭୁ ଏହା କହନ୍ତି: “ଲୋକେ କହୁଛନ୍ତି ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବାର ଏପର୍ଯ୍ୟନ୍ତ ପ୍ରକୃଷ୍ଟ ସମୟ ହୋଇ ନାହିଁ।”
3ପୁନର୍ବାର ହାଗୟ ଆଉ ଏକ ବାର୍ତ୍ତା ସଦାପ୍ରଭୁଙ୍କଠାରୁ ଗ୍ରହଣ କଲେ। ହାଗୟ ବାର୍ତ୍ତାଟି କହିଲେ: 4“ତୁମ୍ଭେମାନେ ଭାବୁଛ ଯେ ସୁନ୍ଦର ଘରେ ବାସ କରିବାକୁ ଠିକ୍ ସମୟ ଆସିଯାଇଛି। ସୁନ୍ଦର କାନ୍ଥରେ କାଠ ଫଳକ ଲାଗିଥିବା ଘରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥାରେ ଅଛି। 5ବର୍ତ୍ତମାନ ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ‘କ’ଣ ଘଟୁଛି ଚିନ୍ତା କର। 6ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ୟଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପେଟ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀୟ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଗ୍ଭହିଦା ପୂରଣ ପାଇଁ ଯଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ଯଥେଷ୍ଟ ନୁହେଁ। ତୁମ୍ଭେମାନେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡ଼େ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁ ନାହଁ, ଯେପରିକି ତୁମ୍ଭ ପକେଟରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।’”
7ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯାହା କରୁଛ, ସେ ବିଷୟରେ ଚିନ୍ତା କର। 8ପର୍ବତ ଉପରକୁ ଯାଅ ଓ କାଠ ନେଇ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କର। ତା'ପରେ ଆମ୍ଭେ ଏହି ଗୃହ ନିମନ୍ତେ ଆନନ୍ଦିତ ହେବା ଓ ଗୌରବାନ୍ୱିତ ହେବା।” ସଦାପ୍ରଭୁ ଏହା କହିଲେ।
9ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ପ୍ରଚୁର ଶସ୍ୟଅମଳ କରିବାକୁ ଖୋଜୁଛ, କିନ୍ତୁ ଯେତେବେଳେ ଶସ୍ୟ ସଂଗ୍ରହ କରିବାକୁ ଯାଉଛ ସେଠାରେ ଅତି ଅଳ୍ପ ଶସ୍ୟ ଦେଖୁଛ। ତୁମ୍ଭେମାନେ ସେ ଶସ୍ୟ ଘରକୁ ଆଣୁଛ, ତା'ପରେ ଆମ୍ଭେ ପବନକୁ ପଠାଇ ସେ ସମସ୍ତକୁ ଉଡ଼ାଇ ଦେଉଛୁ। ଏହା କାହିଁକି ଘଟୁଛି? କାରଣ ତୁମ୍ଭେ ପ୍ରତ୍ୟେକ ଯେତେବେଳେ ନିଜ ନିଜ ଘରର ଯତ୍ନ ନେବାକୁ ତତ୍ପର ହେଉଛ ସେତେବେଳେ ଆମ୍ଭ ଗୃହ ଧ୍ୱଂସ ହେଉଛି। 10ସେଥିସକାଶେ ଆକାଶ ବର୍ଷା ଫେରାଇ ନେଉଛି ଓ ପୃଥିବୀ ଆଉ ଶସ୍ୟ ଦେଉ ନାହିଁ।”
11ସଦାପ୍ରଭୁ କୁହନ୍ତି, “ପର୍ବତ ଓ ପୃଥିବୀ ଶୁଷ୍କ ହେବାକୁ ଆମ୍ଭେ ଆଦେଶ ଦେଲୁ। ଶସ୍ୟ, ସଦ୍ୟ ଦ୍ରାକ୍ଷାରସ, ଅଲିଭ ତେଲ ଏବଂ ପୃଥିବୀ ଉତ୍ପାଦନ କରୁଥିବା ସମସ୍ତ ଜିନିଷ ଶୁଷ୍କ ହୋଇଯିବ। ଏହି ମରୁଡି ମଧ୍ୟ ପ୍ରତ୍ୟେକ ପଶୁ, ମନୁଷ୍ୟ ଓ ତୁମ୍ଭର ଶ୍ରମିକ ଉପରେ ପ୍ରଭାବ ପକାଇବ।”
ସଦାପ୍ରଭୁଙ୍କ ନୂତନ ମନ୍ଦିରରେ କାର୍ଯ୍ୟ ଆରମ୍ଭ ହୁଏ
12ଶ‌‌ଲ୍‌‌ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ମହାଯାଜକ ଯିହୋଶୂୟଙ୍କୁ କହିବାକୁ ସଦାପ୍ରଭୁ ପରମେଶ୍ୱର ହାଗୟଙ୍କୁ ପ୍ରେରଣ କଲେ। ତେଣୁ ଏହି ଲୋକମାନେ ଓ ଅନ୍ୟସବୁ ଲୋକମାନେ ଭବିଷ୍ୟ‌ଦ୍‌ବକ୍ତା ହାଗୟଙ୍କଠାରୁ ସଦାପ୍ରଭୁ ଦେଇଥିବା ବାର୍ତ୍ତା ଶୁଣିଲେ। ସେମାନେ ସେମାନଙ୍କର ଭୟ ଓ ସମ୍ମାନ ସଦାପ୍ରଭୁ ପରମେଶ୍ୱରଙ୍କୁ ଜଣାଇଲେ।
13ହାଗୟ ସଦାପ୍ରଭୁ ପରମେଶ୍ୱରଙ୍କ ଜଣେ ଦୂତ ଥିଲେ, ଯାହା ମାଧ୍ୟମରେ ସେ ଏହି ବାର୍ତ୍ତା ଲୋକମାନଙ୍କ ପାଖକୁ ପଠାଇଥିଲେ। “ସଦାପ୍ରଭୁ କୁହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କ ସହିତ ଅଛୁ।’”
14ତା'ପରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷୟରେ ଲୋକମାନଙ୍କୁ ଉତ୍ତେଜିତ କଲେ। ଯିହୁଦାର ଶାସକ ଶ‌‌ଲ୍‌‌ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ମହାଯାଜକ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କୁ ମଧ୍ୟ ସଦାପ୍ରଭୁ ଉତ୍ତେଜିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷୟରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତେଜିତ କଲେ। ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ। 15ପାରସ୍ୟର ରାଜାଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷରେ ଏବଂ ଦାରିୟାବସଙ୍କ ଶାସନର ଛଅମାସ ପୂର୍ତ୍ତିର ଚତୁର୍ବିଂଶ ଦିବସରେ ସେମାନେ କାର୍ଯ୍ୟ ଆରମ୍ଭ କଲେ।

Currently Selected:

ହାଗୟ 1: OERV

Highlight

Copy

Compare

Share

None

Want to have your highlights saved across all your devices? Sign up or sign in