ହୋଶେୟ 11
11
ଇସ୍ରାଏଲ ସଦାପ୍ରଭୁଙ୍କୁ ଭୁଲିଛି
1ସଦାପ୍ରଭୁ କହିଲେ, “ଇସ୍ରାଏଲ ବାଲ୍ୟ ଥିଲା ବେଳେ ଆମ୍ଭେ ତାକୁ ଭଲ ପାଉଥିଲୁ।
ଆମ୍ଭେ ମିଶରକୁ ପୁଅ ବୋଲି ଡାକୁଥିଲୁ।
2କିନ୍ତୁ ଇସ୍ରାଏଲକୁ ଯେତେ ଅଧିକ ନିଜର କଲୁ ଇସ୍ରାଏଲ
ସେତେ ଅଧିକ ଆମ୍ଭଠାରୁ ଦୂରେଇଗଲା।
ଇସ୍ରାଏଲୀୟମାନେ ବାଲ୍ଦେବଗଣଙ୍କ ଉଦ୍ଦେଶ୍ୟରେ ବଳି ଦେଲେ।
ସେମାନେ ପ୍ରତିମା ନିକଟରେ ଧୂପ ଦେଲେ।
3“ଆମ୍ଭେ ଇଫ୍ରୟିମକୁ ଗ୍ଭଲିବା ଶିଖାଇଲୁ।
ଆମ୍ଭେ ଇସ୍ରାଏଲୀୟଙ୍କୁ ଆମ୍ଭର ବାହୁରେ ନେଇଥିଲୁ।
ଆମ୍ଭେ ସେମାନଙ୍କୁ ସୁସ୍ଥ କଲୁ।
କିନ୍ତୁ ସେମାନେ ତାହା ଅନୁଭବ କଲେ ନାହିଁ।
4ଆମ୍ଭେ ସେମାନଙ୍କୁ ରଜ୍ଜୁରେ ବାନ୍ଧିଥିଲୁ,
କିନ୍ତୁ ତାହା ଥିଲା ପ୍ରେମର ରଜ୍ଜୁ।
ଆମ୍ଭେ ଜଣେ ବ୍ୟକ୍ତିପରି ସେମାନଙ୍କୁ ମୁକ୍ତ କଲୁ।
ଆମ୍ଭେ ନମ୍ର ହେଲୁ ଓ ସେମାନଙ୍କୁ ଖୁଆଇଲୁ।
5“ଇସ୍ରାଏଲୀୟମାନେ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ମନା କଲେ। ତେଣୁ ସେଥିପାଇଁ ସେମାନେ ମିଶର ଯିବେ। ଅଶୂରର ରାଜା ସେମାନଙ୍କର ରାଜା ହେବେ। 6ଖଣ୍ତା ସେମାନଙ୍କ ନଗର ବିରୁଦ୍ଧରେ ଝୁଲିବ। ଏହା ସେମାନଙ୍କର ଶକ୍ତିଶାଳୀ ଲୋକଙ୍କୁ ହତ୍ୟା କରିବ। ଏହା ସେମାନଙ୍କର ନେତାମାନଙ୍କୁ ଧ୍ୱଂସ କରିବ।
7“ଆମ୍ଭର ଲୋକମାନେ ଆମ୍ଭ ନିକଟକୁ ଫେରିବାକୁ ଆଶା କରନ୍ତି। ସେମାନେ ଊର୍ଦ୍ଧ୍ୱକୁ ଡାକିବେ। କିନ୍ତୁ କେହି ସେମାନଙ୍କୁ ସାହାଯ୍ୟ କରିବେ ନାହିଁ।”
ସଦାପ୍ରଭୁ ଇସ୍ରାଏଲକୁ ଧ୍ୱଂସ କରିବାକୁ ଗ୍ଭହାନ୍ତି ନାହିଁ
8“ଇଫ୍ରୟିମ, ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବାକୁ ଗ୍ଭହୁଁ ନାହୁଁ।
ଇସ୍ରାଏଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ।
ଅଦ୍ମାର ଓ ସବୋୟିମ୍ ପରି
ତୁମ୍ଭକୁ ହେବାକୁ ଆମ୍ଭେ ଗ୍ଭହୁଁ ନାହୁଁ।
ଆମ୍ଭର ମନକୁ ପରିବର୍ତ୍ତନ କରିଛୁ।
ଆମ୍ଭର ପ୍ରେମ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।
9ଆମ୍ଭେ ଆପଣା ଭୟଙ୍କର କ୍ରୋଧଭାବକୁ ପ୍ରକାଶ କରିବା ନାହିଁ।
ଇଫ୍ରୟିମକୁ ପୁନର୍ବାର ଧ୍ୱଂସ କରିବା ନାହିଁ।
ଆମ୍ଭେ ପରମେଶ୍ୱର, ମାନବ ନୋହୁଁ।
ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ
ଧର୍ମସ୍ୱରୂପ ଅଟୁ।
ଆମ୍ଭର କ୍ରୋଧ ଦେଖାଇବା ନାହିଁ।
10ଆମ୍ଭେ ଗୋଟିଏ ସିଂହ ସଦୃଶ ଗର୍ଜନ କରିବା।
ଆମ୍ଭର ପିଲାମାନେ ଆସିବେ ଓ ଆମ୍ଭଙ୍କୁ ଅନୁସରଣ କରିବେ।
ଏହି ପିଲାମାନେ ଭୟରେ ଥରିଥରି
ପଶ୍ଚିମରୁ ଆସିବେ।
11ସେମାନେ ମିଶରରୁ ପକ୍ଷୀ ସଦୃଶ
ଥରିଥରି ଆସିବେ।
ଅଶୂରୀୟରୁ କପୋତ ପରି ଥରିଥରି ଆସିବେ।
ଏବଂ ଆମ୍ଭେ ସେମାନଙ୍କୁ ଗୃହକୁ ଫେରାଇ ନେବା ବୋଲି”
ସଦାପ୍ରଭୁ କହିଲେ।
12“ଇଫ୍ରୟିମ ମିଥ୍ୟାରେ ଆମ୍ଭର ଗ୍ଭରିପାଖରେ ଘେରିଗଲା।
ଇସ୍ରାଏଲର ପରିବାର ଆମ୍ଭ ପ୍ରତି ବିଶ୍ୱାସଘାତକତା କରିଛନ୍ତି।
କିନ୍ତୁ ଯିହୁଦା ପରମେଶ୍ୱରଙ୍କ ସହିତ ଅଛି
ଏବଂ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ଅଛି।”
Currently Selected:
ହୋଶେୟ 11: OERV
Highlight
Copy
Compare
Share
Want to have your highlights saved across all your devices? Sign up or sign in
Odia Holy Bible: Easy-to-Read Version (OERV)
@ 2004 Bible League International