YouVersion Logo
Search Icon

ହୋଶେୟ 3

3
ହୋଶେୟ ଗୋମରାଙ୍କୁ କ୍ରୀତଦାସ ରୂପେ ପୁନର୍ବାର କିଣନ୍ତି
1ତା'ପରେ ସଦାପ୍ରଭୁ ପୁନର୍ବାର ମୋତେ କହିଲେ, “ଗୋମରର ଅନେକ ପ୍ରେମିକ ଅଛନ୍ତି। କିନ୍ତୁ ତୁମ୍ଭେ ତାଙ୍କୁ ନିଶ୍ଚିତ ଭଲପାଇ ଗ୍ଭଲ। କାରଣ ତାହା ସଦାପ୍ରଭୁଙ୍କ ପରି। ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ଭଲ ପାଇ ଗ୍ଭଲନ୍ତି। କିନ୍ତୁ ସେମାନେ ଅନ୍ୟ ଦେବତାଙ୍କୁ ପୂଜାକରି ଗ୍ଭଲନ୍ତି।”
2ଏହି କାରଣ ପାଇଁ ମୁଁ ଗୋମରଙ୍କୁ ପନ୍ଦର ଖଣ୍ତ ରୌପ୍ୟ ଓ ଏକ ହୋମର#3:2 ବାସ୍ତରି ଗ୍ୟାଲୋନ 9 ବୁଶେଲ ଅଥବା ଦେଢ଼ ହୋମର। ବାର୍ଲି ଦେଇ କିଣିଲି। 3ତା'ପରେ ମୁଁ ତାକୁ କହିଲି, “ତୁମ୍ଭେ ମୋ’ ସହିତ ଗୃହରେ ବହୁ ଦିନ ପର୍ଯ୍ୟନ୍ତ ରହିବ। ତୁମ୍ଭେ ବ୍ୟଭିଗ୍ଭରିଣୀ ପରି ହେବ ନାହିଁ। ତୁମ୍ଭେ ଅନ୍ୟ ସହିତ ରହିବ ନାହିଁ ଏବଂ ମୁଁ ତୁମ୍ଭର ସ୍ୱାମୀ ହେବି।”
4ସେହିପରି ଭାବରେ ଇସ୍ରାଏଲର ଲୋକମାନେ ବିନା ରାଜା ଓ ନେତାରେ ଦୀର୍ଘଦିନ ଚଳିବେ। ସେମାନେ ବଳିଦାନ କି ସ୍ମରଣାର୍ଥକ ପଥର ବିନା ରହିବେ। ସେମାନେ ଯାଜକୀୟ ବସ୍ତ୍ର ବିନା ଓ ଗୃହ ମୂର୍ତ୍ତି ବିନା ରହିବେ। 5ତା'ପରେ ଇସ୍ରାଏଲର ଲୋକମାନେ ଫେରି ଆସିବେ। ତା'ପରେ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ରାଜା ଦାଉଦଙ୍କୁ ଖୋଜିବେ। ଶେଷଦିବସରେ, ସେମାନେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦେବାକୁ ଆସିବେ।

Currently Selected:

ହୋଶେୟ 3: OERV

Highlight

Copy

Compare

Share

None

Want to have your highlights saved across all your devices? Sign up or sign in