ମାଥିଉ 28:12-15
ମାଥିଉ 28:12-15 OERV
ତା'ପରେ ପ୍ରଧାନଯାଜକମାନେ ପ୍ରାଚୀନମାନଙ୍କ ସହିତ ମନ୍ତ୍ରଣା କରି ଗୋଟିଏ ଉପାୟ ବାହାର କଲେ। ସେମାନେ ସୈନ୍ୟମାନଙ୍କୁ ମିଛ କହିବା ପାଇଁ ଲାଞ୍ଚ ହିସାବରେ ପ୍ରଚୁର ଟଙ୍କା ଦେଲେ। ସେମାନେ ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କୁ କହିବ ଯେ, ତୁମ୍ଭେମାନେ ସବୁ ଶୋଇ ପଡ଼ିଥିବା ସମୟରେ ଯୀଶୁଙ୍କ ଶିଷ୍ୟମାନେ ରାତିରେ ଆସିଲେ ଓ ତାହାଙ୍କ ଶରୀରକୁ କବରସ୍ଥାନରୁ ଗ୍ଭେରେଇ ନେଲେ। ରାଜ୍ୟପାଳ ଯଦି ଏ କଥା ଶୁଣନ୍ତି, ତେବେ ଆମ୍ଭେ ତାହାଙ୍କୁ ଠିକ୍ ଭାବରେ ସବୁ ବୁଝାଇ କହିବୁ ଓ ତୁମ୍ଭମାନଙ୍କୁ ଅସୁବିଧାରୁ ରକ୍ଷା କରିବୁ।” ସୈନ୍ୟମାନେ ଟଙ୍କାତକ ନେଲେ। ସେମାନଙ୍କୁ ଯେପରି କରିବାକୁ ଶିଖାଯାଇଥିଲା, ସେମାନେ ତାହା ହିଁ କଲେ। ଏବଂ ଏ କଥାଟି ଆଜି ପର୍ଯ୍ୟନ୍ତ ମଧ୍ୟ ଯିହୂଦୀମାନଙ୍କ ମଧ୍ୟରେ ପ୍ରଚଳିତ ଅଛି।





