YouVersion Logo
Search Icon

ମାଥିଉ 6:16-18

ମାଥିଉ 6:16-18 OERV

“ତୁମ୍ଭେ ଉପବାସ କଲାବେଳେ ଦୁଃଖିତ ଥିବା ଭଳି ମୁହଁ କର ନାହିଁ। କପଟୀମାନେ ସେହିପରି କରିଥା’ନ୍ତି। ତୁମ୍ଭେ କପଟୀଙ୍କ ପରି ହୁଅ ନାହିଁ। କପଟୀମାନେ ମୁହଁ ଶୁଖାଇ ଲୋକଙ୍କୁ ଦେଖେଇବାକୁ ଗ୍ଭହାନ୍ତି ଯେ, ସେମାନେ ଉପବାସ କରୁଛନ୍ତି। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ଏଥିପାଇଁ ପ୍ରତିଫଳ ମିଳିସାରିଛି। ତେଣୁ ତୁମ୍ଭେ ଉପବାସ କଲାବେଳେ ମୁଣ୍ଡରେ ତେଲ ଲଗାଇ ବାଳ ସଜାଡ଼ ଓ ମୁହଁ ଧୁଅ। ତା'ହେଲେ ତୁମ୍ଭେ ଉପବାସ କରୁଛ ବୋଲି ଲୋକେ ଜାଣି ପାରିବେ ନାହିଁ, ତୁମ୍ଭର ପରମପିତାଙ୍କୁ ତୁମ୍ଭେ ସିନା ଦେଖି ପାରୁ ନାହଁ, ମାତ୍ର ସେ ତୁମ୍ଭକୁ ଉପବାସ କରୁଥିବାର ଦେଖିବେ। କାରଣ ଗୋପନରେ କରାଯାଇଥିବା କାମଗୁଡ଼ିକୁ ପରମପିତା ଦେଖନ୍ତି। ସେ ତୁମ୍ଭକୁ ତା'ର ପ୍ରତିଫଳ ଦେବେ।

Free Reading Plans and Devotionals related to ମାଥିଉ 6:16-18