YouVersion Logo
Search Icon

ମୀଖା 4

4
ଯିରୁଶାଲମରୁ ଆଇନ ପ୍ରଣୀତ ହେବ
1ଭବିଷ୍ୟତରେ ସଦାପ୍ରଭୁଙ୍କ ଗୃହ,
ପର୍ବତର ଉଚ୍ଚତମ ପର୍ବତ ଶିଖର ଉପରେ ସ୍ଥାପିତ ହେବ।
ଏହା ସମସ୍ତ ପର୍ବତଗୁଡ଼ିକ ଅପେକ୍ଷା ଉଚ୍ଚତର ହେବ।
ଲଗାତାର ଗୋଷ୍ଠୀଗଣ ସ୍ରୋତ ପରି ସେଠାକୁ ଯାଉଥିବେ।
2ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସେଠାକୁ ଯିବେ ଏବଂ କହିବେ,
“ଆସ, ସଦାପ୍ରଭୁଙ୍କ ପର୍ବତକୁ ଯିବା।
ଗ୍ଭଲ ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଯିବା।
ସେତେବେଳେ ପରମେଶ୍ୱର ତାଙ୍କ ପଥ ବିଷୟରେ ଆମ୍ଭମାନଙ୍କୁ ଶିକ୍ଷା ଦେବେ
ଏବଂ ଆମ୍ଭେମାନେ ସେହିସବୁକୁ ଅନୁସରଣ କରିବା।”
ପରମେଶ୍ୱରଙ୍କଠାରୁ ଶିକ୍ଷା ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମର ସିୟୋନ ପର୍ବତରୁ ଆରମ୍ଭ ହେବ
ଏବଂ ତାହା ସମଗ୍ର ପୃଥିବୀରେ ପ୍ରସାରିତ ହେବ।
3ତା'ପରେ ଅନେକ ଗୋଷ୍ଠୀର ଲୋକମାନଙ୍କ ପାଇଁ ପରମେଶ୍ୱର ବିଗ୍ଭରକ ହେବେ
ଓ ଦୂରଦେଶୀୟ ଅନେକ ଲୋକମାନଙ୍କୁ ତାଙ୍କର ଶେଷ ନିଷ୍ପତ୍ତି ଜଣାଇବେ।
ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ତ୍ୟାଗ କରିବେ।
ସେମାନେ ସେମାନଙ୍କର ‌‌ଖ‌ଡ଼୍‌ଗରେ ଲଙ୍ଗଳ ତିଆରି କରିବେ
ଏବଂ ବର୍ଛାକୁ ଭାଙ୍ଗି ଶସ୍ୟ କାଟିବାକୁ ଦାଆ ନିର୍ମାଣ କରିବେ।
ଲୋକମାନେ ଅନ୍ୟ ସହିତ ଯୁଦ୍ଧ କରିବା ବନ୍ଦ କରିବେ।
ଆଉ ଯୁଦ୍ଧ ପାଇଁ ତାଲିମ ମଧ୍ୟ କେବେ ନେବେ ନାହିଁ।
4ପ୍ରତ୍ୟେକ ବ୍ୟକ୍ତି ନିଜ ନିଜ ଦ୍ରାକ୍ଷାଲତା
ଓ ଡିମ୍ବିରି ବୃକ୍ଷ ତଳେ ବସିବେ
ଓ କେହି ସେମାନଙ୍କୁ ଭୟଭୀତ କରାଇବେ ନାହିଁ।
କାରଣ ସର୍ବଶକ୍ତିମାନ ସଦାପ୍ରଭୁ ଏହା ହିଁ ଘଟିବ ବୋଲି କହିଲେ।
5ଅନ୍ୟ ଗୋଷ୍ଠୀର ଲୋକମାନେ ସେମାନଙ୍କର ନିଜର ଦେବତାମାନଙ୍କୁ ଅନୁସରଣ କରିବେ।
କିନ୍ତୁ ଆମ୍ଭେମାନେ ଚିରକାଳ ସଦାପ୍ରଭୁ ପରମେଶ୍ୱରଙ୍କର ଅନୁଗାମୀ ହେବା।
ରାଜ୍ୟର ପୁନରାଗମନ
6ସଦାପ୍ରଭୁ କୁହନ୍ତି,
“ଆଘାତପ୍ରାପ୍ତ, ପଙ୍ଗୁ, ବିତାଡ଼ିତ ଓ ଦଣ୍ତିତ ଯିରୁଶାଲମକୁ
ଆମ୍ଭେ ପୁନର୍ବାର ଫେରାଇ ଆଣିବା।
7“ଆମ୍ଭେ ସେହି ନଗରର ‘ପଙ୍ଗୁ’ ଲୋକମାନଙ୍କୁ
ଅବଶିଷ୍ଟାଂଶ ରୂପେ ରଖିବା
ଓ ବିତାଡ଼ିତ ହୋଇଥିବା ସେହି ଲୋକମାନଙ୍କୁ
ପୁଣି ଶକ୍ତିଶାଳୀ ଗୋଷ୍ଠୀରେ ପରିଣତ କରିବା।”
ସଦାପ୍ରଭୁ ସେମାନଙ୍କର ରାଜା ହେବେ
ଏବଂ ସେ ସିୟୋନ ପର୍ବତ ଉପରେ ଏବେଠାରୁ ଚିରକାଳ ପର୍ଯ୍ୟନ୍ତ ସେମାନଙ୍କ ଉପରେ ଶାସନ କରିବେ।
8ପୁଣି ହେ ପଲର ଦୁର୍ଗ,
ତୁମ୍ଭର ସମୟ ଆସିବ।
ସିୟୋନ କନ୍ୟା, ପର୍ବତରେ ତୁମ୍ଭେ
ପୁନର୍ବାର ଶାସନ ଗାଦିରେ ରହିବ।
ଆଉ ଅତୀତ ପରି ଯିରୁଶାଲମ
ଗୋଟିଏ ଶକ୍ତିଶାଳୀ ରାଜ୍ୟ ହେବ।”
ଇସ୍ରାଏଲୀୟମାନେ କାହିଁକି ବାବିଲୋନ ଯିବେ
9ବର୍ତ୍ତମାନ ତୁମ୍ଭେ କାହିଁକି ଉଚ୍ଚ ସ୍ୱରରେ ବିଳାପ କରୁଛ?
ତୁମ୍ଭର ରାଜା କ’ଣ ଗ୍ଭଲିଯାଇଛନ୍ତି?
ତୁମ୍ଭେ କ’ଣ ତୁମ୍ଭର ମନ୍ତ୍ରୀଙ୍କୁ ହରାଇଛ?
ପ୍ରସବକାଳୀନ ରମଣୀଙ୍କ ପରି ତୁମ୍ଭେ ବେଦନା ପାଉଛ।
10ହେ ସିୟୋନର କନ୍ୟା, ତୁମ୍ଭେ ପ୍ରସବ ବେଦନା ଅନୁଭବ କରି
ସନ୍ତାନ ଜନ୍ମ ଦିଅ।
ତୁମ୍ଭେ ନଗରର ବାହାରକୁ ଯାଅ
ଏବଂ କ୍ଷେତ୍ରରେ ବାସ କର।
ତୁମ୍ଭେ ବାବିଲୋନ ଯିବ।
କିନ୍ତୁ ସେ ସ୍ଥାନରେ ତୁମ୍ଭେ ସୁରକ୍ଷିତ ହେବ।
ଆଉ ମଧ୍ୟ ସଦାପ୍ରଭୁ ସେଠାକୁ ଯିବେ ଓ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭମାନଙ୍କୁ ଶତ୍ରୁମାନଙ୍କଠାରୁ ଦୂରେଇ ନେବେ।
ଅନ୍ୟ ଗୋଷ୍ଠୀ ସମୂହକୁ ସଦାପ୍ରଭୁ ଧ୍ୱଂସ କରିବେ
11ତୁମ୍ଭ ବିରୁଦ୍ଧରେ ବହୁ ଗୋଷ୍ଠୀ ଲଢ଼ିବାକୁ ଆସିଛନ୍ତି।
ସେମାନେ କୁହନ୍ତି, “ଦେଖ, ସେ ହେଉଛି ସିୟୋନ,
ଆମ୍ଭେ ତାକୁ ସମ୍ପୂର୍ଣ୍ଣ ନଷ୍ଟ କରିଦେବୁ।”
12ସେହି ଲୋକମାନଙ୍କର ନିଜର ମନ୍ତ୍ରଣା ଅଛି।
କିନ୍ତୁ ସେମାନେ ସଦାପ୍ରଭୁଙ୍କର ମନ୍ତ୍ରଣା ଜାଣନ୍ତି ନାହିଁ।
ସଦାପ୍ରଭୁ ସେମାନଙ୍କୁ ଏକ ସ୍ୱତନ୍ତ୍ର
ଉଦ୍ଦେଶ୍ୟରେ ଏଠାକୁ ଆଣିଛନ୍ତି,
ସେମାନଙ୍କୁ ଶସ୍ୟ ଖଳାରେ ଶସ୍ୟ
ପେଶିଲା ପରି ଦଳି ଦେବେ।
ଇସ୍ରାଏଲ ତା'ର ଶତ୍ରୁକୁ ପରାସ୍ତ କରିବ
13“ସିୟୋନର କନ୍ୟା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ।
କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା।
ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗକୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା।
ତୁମ୍ଭେ ତାହାର ସାହାଯ୍ୟରେ ଅନେକ ଗୋଷ୍ଠୀକୁ ଚୂର୍ଣ୍ଣ କରିବ।
ସେମାନଙ୍କର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ
ଏବଂ ସେମାନଙ୍କର ଧନଭଣ୍ତାର ସମୁଦାୟ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”

Currently Selected:

ମୀଖା 4: OERV

Highlight

Copy

Compare

Share

None

Want to have your highlights saved across all your devices? Sign up or sign in