YouVersion Logo
Search Icon

ସିଫନିୟ 2

2
ପରମେଶ୍ୱର ଲୋକମାନଙ୍କୁ ସେମାନଙ୍କର ଜୀବନ ବଦଳାଇବାକୁ କୁହନ୍ତି
1ହେ ନିର୍ଲ୍ଲଜ ଲୋକମାନେ, ତୁମ୍ଭେମାନେ ଏକତ୍ରିତ ହୁଅ। 2ତୁମ୍ଭ ଉପରେ ବିଗ୍ଭର ଆସିବା ପୂର୍ବରୁ, ତୁଷ ପରି ସୁଯୋଗ ହରାଇବା ପୂର୍ବରୁ, ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭ ଉପରେ ଆସିବା ପୂର୍ବରୁ, ସଦାପ୍ରଭୁଙ୍କର ଭୟଙ୍କର କ୍ରୋଧର ଶେଷଦିନ ଆସିବା ପୂର୍ବରୁ, ତୁମ୍ଭେମାନେ ଏକତ୍ରିତ ହୁଅ। 3ସବୁ ନମ୍ର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ଆସ! ତାଙ୍କ ବ୍ୟବସ୍ଥାକୁ ମାନ। ଧର୍ମର ଅନ୍ୱେଷଣ କର, ନମ୍ରତାର ଅନ୍ୱେଷଣ କର, ହୁଏତ ସଦାପ୍ରଭୁ ତାଙ୍କର କ୍ରୋଧ ଦେଖାଇବା ବେଳେ ତୁମ୍ଭେମାନେ ନିରାପଦ ହେବ।
ସଦାପ୍ରଭୁ ଇସ୍ରାଏଲର ପଡ଼ୋଶୀଙ୍କୁ ଦଣ୍ତ ଦେବେ
4ଘସାରେ କାହାରିକୁ ଛଡ଼ାଯିବ ନାହିଁ। ଅସ୍କିଲୋନ ଧ୍ୱଂସ ହେବ, ମଧ୍ୟାହ୍ନ ସୁଦ୍ଧା ଲୋକମାନଙ୍କୁ ଅସଦୋଦ୍ ଛାଡ଼ିବାକୁ ବାଧ୍ୟ କରାଯିବ। ଇକ୍ରୋଣ ଶୂନ୍ୟ ହୋଇଯିବ। 5ତୁମ୍ଭେ କରେଥୀୟର ଲୋକମାନେ, ତୁମ୍ଭେମାନେ ସମୁଦ୍ର ନିକଟରେ ରହୁଛ, ସଦାପ୍ରଭୁଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ଏହି ବାର୍ତ୍ତା ଅଟେ। ହେ କିଣାନ, ହେ ପଲେଷ୍ଟୀୟ, ତୁମ୍ଭେମାନେ ସମସ୍ତେ ଧ୍ୱଂସ ହେବ। ତୁମ୍ଭମାନଙ୍କ ମଧ୍ୟରୁ କେହି ବଞ୍ଚିବେ ନାହିଁ। 6ସମୁଦ୍ର ନିକଟରେ ଥିବା ଭୂମି ମେଷପାଳକ ଓ ସେମାନଙ୍କର ମେଷମାନଙ୍କ ପାଇଁ ଶୂନ୍ୟ ହୋଇଯିବ। 7ତା'ପରେ ସେହି ରାଜ୍ୟ ଯିହୁଦାର ରକ୍ଷାକର୍ତ୍ତାଙ୍କ ଅଧିକାରକୁ ଆସିବ। ସଦାପ୍ରଭୁ ଯିହୁଦାର ସେହି ଲୋକମାନଙ୍କୁ ସ୍ମରଣ କରିବେ। ସେହି ଲୋକମାନେ ବିଦେଶରେ ବନ୍ଦୀ। କିନ୍ତୁ ସଦାପ୍ରଭୁ ସେମାନଙ୍କୁ ଫେରାଇ ଆଣିବେ। ତା'ପରେ ଯିହୁଦାର ଲୋକମାନେ ସେମାନଙ୍କର ମେଷଗୁଡ଼ିକୁ ସେହି ପଡ଼ିଆରେ ଚରିବାକୁ ଦେବେ। ସନ୍ଧ୍ୟାବେଳେ ଅସ୍କିଲୋନର ଶୂନ୍ୟ ଗୃହରେ ସେମାନେ ପଡ଼ି ରହିବେ।
8ସଦାପ୍ରଭୁ କୁହନ୍ତି, “ଆମ୍ଭେ ଶୁଣିଛୁ ମୋୟାବ ଓ ଅମ୍ମୋନର ଲୋକମାନେ କ’ଣ କହିଲେ। ସେହି ଲୋକମାନେ ଆମ୍ଭ ଲୋକମାନଙ୍କୁ ଅପମାନିତ କଲେ। ସେମାନେ ନିଜର ରାଜ୍ୟକୁ ବଢ଼ାଇବା ପାଇଁ ସେମାନଙ୍କର ଜମି ସବୁ ଅକ୍ତିଆର କଲେ। 9ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମୋୟାବ ଓ ଅମ୍ମୋନର ଲୋକମାନେ ସଦୋମ ଓ ହମୋରା ପରି ଧ୍ୱଂସ ହେବେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସେମାନଙ୍କର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହେବ। ସେମାନଙ୍କର ଭୂମିରେ ଅନାବନା ଗଛ ବ୍ୟାପିଯିବ। ମରୁସାଗର ପରି ସେମାନଙ୍କର ଭୁମି ଲବଣାକ୍ତ ହେବ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫେରି ପାଇବେ।”
10ମୋୟାବ ଓ ଅମ୍ମୋନର ଲୋକମାନଙ୍କ ପାଇଁ ଏହିସବୁ ଘଟିବ କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଲୋକମାନଙ୍କ ପ୍ରତି ଗର୍ବୀ ଓ ନିଷ୍ଠୁର ହୋଇଥିଲେ ଏବଂ ସେମାନଙ୍କୁ ଅପମାନିତ କରିଥିଲେ। 11ସେହି ଲୋକମାନେ ସଦାପ୍ରଭୁଙ୍କୁ ଭୟ କରିବେ, କାରଣ ସଦାପ୍ରଭୁ ଧ୍ୱଂସ କରିବେ। ତା'ପରେ ସବୁ ଦେଶରେ ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବେ। 12ଏପରିକି ଇଥିଓପିଆର ଲୋକମାନଙ୍କୁ ମଧ୍ୟ ସଦାପ୍ରଭୁଙ୍କର ‌‌ଖ‌ଡ଼୍‌ଗ ବିନାଶ କରିବ। 13ସଦାପ୍ରଭୁ ଉତ୍ତରକୁ ଯିବେ ଏବଂ ଅଶୂରକୁ ଦଣ୍ତ ଦେବେ। ନୀନିବୀ ଗୋଟିଏ ଶୂନ୍ୟ ଶୁଷ୍କ ମରୁଭୂମିରେ ପରିଣତ ହେବ। 14ତା'ପରେ କେବଳ ମେଷମାନେ ଓ ହିଂସ୍ର ପଶୁ ସେହି ଧ୍ୱଂସ ନଗରୀରେ ବାସ କରିବେ। ପେଗ୍ଭ ଓ କାଉମାନେ ପରିତ୍ୟକ୍ତ ସ୍ତମ୍ଭମାନଙ୍କରେ ବସିବେ। ସେମାନଙ୍କର ରାବ ଝରକା ବାଟେ ଶୁଣାଯିବ। କାଉଗୁଡ଼ିକ ଦ୍ୱାର ପାହାଚ ଉପରେ ବସିବେ। ପ୍ରବେଶ ପଥ ଧ୍ୱଂସ ଏବଂ ନିର୍ଜ୍ଜନ ହେବ। ଏରସ କଡ଼ିକାଠ ଖୋଲି ଦିଆଯିବ। 15ନୀନିବୀ ବର୍ତ୍ତମାନ ଗର୍ବିତ ଅଟେ। ଲୋକମାନେ ନିଜକୁ ଅତି ନିରାପଦ ମନେ କରନ୍ତି। ସେମାନେ ଭାବନ୍ତି ନୀନିବୀ ପୃଥିବୀରେ ସବୁଠାରୁ ମହାନ ସ୍ଥାନ। କିନ୍ତୁ ସେହି ନଗରୀ ମଧ୍ୟ ଧ୍ୱଂସ ହେବ। ଏହା ଏକ ଶୂନ୍ୟସ୍ଥାନ ହେବ ଯେଉଁଠାରେ କେବଳ ବନ୍ୟପ୍ରାଣୀମାନେ ବିଶ୍ରାମ କରିବେ। ସେହି ବାଟ ଦେଇ ଯାଉଥିବା ଲୋକମାନେ ଶୁଶୁରି ବଜାଇବେ, ମୁଣ୍ତ ହଲାଇବେ ଯେତେବେଳେ ସେମାନେ ସେହି ନଗରୀଟିକୁ ଅତି ଶୋଚନୀୟ ଭାବରେ ଧ୍ୱଂସ ହେବାର ଦେଖିବେ।

Currently Selected:

ସିଫନିୟ 2: OERV

Highlight

Copy

Compare

Share

None

Want to have your highlights saved across all your devices? Sign up or sign in