1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:20
ଓଡିଆ ବାଇବେଲ
ORYIRV
ତୁମ୍ଭେମାନେ ମୋ’ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।
Sammenlign
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:20
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:19
ତହିଁରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି ?”
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:19
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:21
ଏଥିପାଇଁ ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି। ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ୱନା ଦେଲେ।
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:21
4
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:17
ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ; ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:17
5
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:24
ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ।”
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:24
6
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:25
ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।”
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:25
7
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:26
ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:26