ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3
3
ମଙ୍ଗଳାର୍ଥକ ବଳିଦାନର ନିୟମ
1ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ। 2ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ। 3ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ, 4ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ। 5ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
6ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ। 7ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ; 8ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ। 9ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ, 10ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ। 11ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।
12ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ, 13ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ। 14ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ, 15ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ। 16ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର। 17ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”
Valgt i Øjeblikket:
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3: ORYIRV
Markering
Kopiér
Sammenlign
Del
Vil du have dine markeringer gemt på tværs af alle dine enheder? Tilmeld dig eller log ind
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

: