ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4
4
ପାପ ମୋଚନ ବଳିଦାନର ନିୟମ
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ; 3ବିଶେଷତଃ ଅଭିଷିକ୍ତ ଯାଜକ#4:3 ଅର୍ଥାତ୍ ମହାଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ। 4ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ। 5ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ। 6ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ। 7ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ। 8ଆଉ, ପାପାର୍ଥକ ବଳି ରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ, 9ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ। 10ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ। 11ଆଉ, ସେହି ଗୋବତ୍ସର ଚର୍ମ, ସମସ୍ତ ମାଂସ, ମସ୍ତକ, ପାଦ, ଅନ୍ତ ଓ ଗୋମୟ, 12ସର୍ବସମେତ ଗୋବତ୍ସକୁ ନେଇ ଛାଉଣି ବାହାରେ ଶୁଚି ସ୍ଥାନରେ, ଅର୍ଥାତ୍, ଭସ୍ମ ନିକ୍ଷେପ ସ୍ଥାନକୁ ଆଣି କାଷ୍ଠ ଉପରେ ଅଗ୍ନିରେ ଦଗ୍ଧ କରିବ; ଭସ୍ମ ନିକ୍ଷେପ ସ୍ଥାନରେ ତାହା ଦଗ୍ଧ କରିବାକୁ ହେବ।
13ଆଉ, ଇସ୍ରାଏଲର ସମଗ୍ର ମଣ୍ଡଳୀ#4:13 ଅର୍ଥାତ୍ ଇସ୍ରାଏଲ ଜନସମୂହ ଯଦି ଭୁଲବଶତଃ ପାପ କରନ୍ତି ଓ ତାହା ସମାଜର ଦୃଷ୍ଟିରେ ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯଦି କୌଣସି କର୍ମ କରି ଦୋଷୀ ହୁଅନ୍ତି; 14ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ#4:14 ଅର୍ଥାତ୍ ଇସ୍ରାଏଲର ଜନସମୂହ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ। 15ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ। 16ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ। 17ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ। 18ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ। 19ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ। 20ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ। 21ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।
22ଆଉ, ଯଦି କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭୁଲବଶତଃ କରି ଦୋଷୀ ହୁଏ; 23ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂ ଛାଗ ଉପହାର ଆଣିବ। 24ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ। 25ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ। 26ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
27ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭୁଲବଶତଃ ପାପ କରି ଦୋଷୀ ହୁଏ 28ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ। 29ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ। 30ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ। 31ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
32ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ। 33ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ। 34ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ। 35ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।”
Valgt i Øjeblikket:
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4: ORYIRV
Markering
Kopiér
Sammenlign
Del
Vil du have dine markeringer gemt på tværs af alle dine enheder? Tilmeld dig eller log ind
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

: