ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 33
33
ଇସ୍ରାଏଲର ଯାତ୍ରାର ବିବରଣ
1ଇସ୍ରାଏଲ ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ସମୟରେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି। 2ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି। 3ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍ଠାରୁ ଯାତ୍ରା କଲେ; 4ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସ୍ରୀୟମାନେ ସଦାପ୍ରଭୁଙ୍କ ଦ୍ୱାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ସମୟରେ ଇସ୍ରାଏଲ ସନ୍ତାନଗଣ ମିସ୍ରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଉର୍ଦ୍ଧ୍ୱ ହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ଡ ଦେଇଥିଲେ। 5ଇସ୍ରାଏଲ ସନ୍ତାନଗଣ ରାମିଷେଷ୍ଠାରୁ ଯାତ୍ରା କରି ସୁକ୍କୋତରେ ଛାଉଣି ସ୍ଥାପନ କଲେ। 6ପୁଣି, ସେମାନେ ସୁକ୍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ। 7ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲ-ସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ। 8ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ। 9ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ। 10ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସାଗର ନିକଟରେ ଛାଉଣି ସ୍ଥାପନ କଲେ। 11ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ। 12ପୁଣି, ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ। 13ସେମାନେ ଦପ୍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ। 14ପୁଣି, ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା। 15ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ 16ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍-ହତ୍ତାବାରେ ଛାଉଣି ସ୍ଥାପନ କଲେ। 17ପୁଣି, ସେମାନେ କିବ୍ରୋତ୍-ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ। 18ପୁଣି, ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ 19ଓ ସେମାନେ ରିତ୍ମାରୁ ଯାତ୍ରା କରି ରିମ୍ମୋନ୍-ପେରସରେ ଛାଉଣି ସ୍ଥାପନ କଲେ। 20ପୁଣି, ସେମାନେ ରିମ୍ମୋନ୍-ପେରସରୁ ଯାତ୍ରା କରି ଲିବ୍ନାରେ ଛାଉଣି ସ୍ଥାପନ କଲେ। 21ପୁଣି, ସେମାନେ ଲିବ୍ନାରୁ ଯାତ୍ରା କରି ରିସ୍ସାରେ ଛାଉଣି ସ୍ଥାପନ କଲେ। 22ପୁଣି, ସେମାନେ ରିସ୍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ, 23ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ 24ତହୁଁ ସେମାନେ ଶେଫର ପର୍ବତରୁ ଯାତ୍ରା କରି ହରାଦାରେ ଛାଉଣି ସ୍ଥାପନ କଲେ, 25ଓ ସେମାନେ ହରାଦାରୁ ଯାତ୍ରା କରି ମଖେଲୋତରେ ଛାଉଣି ସ୍ଥାପନ କଲେ, 26ଓ ସେମାନେ ମଖେଲୋତରୁ ଯାତ୍ରା କରି ତହତରେ ଛାଉଣି ସ୍ଥାପନ କଲେ। 27ସେମାନେ ତହତରୁ ଯାତ୍ରା କରି ତେରହରେ ଛାଉଣି ସ୍ଥାପନ କଲେ, 28ଓ ସେମାନେ ତେରହରୁ ଯାତ୍ରା କରି ମିତ୍କାରେ ଛାଉଣି ସ୍ଥାପନ କଲେ 29ଓ ସେମାନେ ମିତ୍କାରୁ ଯାତ୍ରା କରି ହଶ୍ମୋନାରେ ଛାଉଣି ସ୍ଥାପନ କଲେ, 30ଓ ସେମାନେ ହଶ୍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ। 31ପୁଣି, ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ, 32ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍ଗଦରେ ଛାଉଣି ସ୍ଥାପନ କଲେ 33ଓ ସେମାନେ ହୋର୍ହଗିଦ୍ଗଦରୁ ଯାତ୍ରା କରି ଯଟ୍ବାଥାରେ ଛାଉଣି ସ୍ଥାପନ କଲେ, 34ଓ ସେମାନେ ଯଟ୍ବାଥାରୁ ଯାତ୍ରା କରି ଆବ୍ରୋଣାରେ ଛାଉଣି ସ୍ଥାପନ କଲେ। 35ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ। 36ପୁଣି, ସେମାନେ ଇତ୍ସିୟୋନ-ଗେବରରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି), 37ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତର ସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ। 38ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ। 39ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା। 40ଏଥିଉତ୍ତାରେ କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ। 41ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍ମୋନାରେ ଛାଉଣି ସ୍ଥାପନ କଲେ, 42ଓ ସେମାନେ ସଲ୍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ, 43ଓ ସେମାନେ ପୂନୋନରୁ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ। 44ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ, 45ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍-ଗାଦ୍ରେ ଛାଉଣି ସ୍ଥାପନ କଲେ, 46ଓ ସେମାନେ ଦୀବୋନ୍-ଗାଦ୍ରୁ ଯାତ୍ରା କରି ଅଲମୋନ-ଦିବ୍ଲାଥୟିମରେ ଛାଉଣି ସ୍ଥାପନ କଲେ। 47ତହୁଁ ସେମାନେ ଅଲମୋନ-ଦିବ୍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ୍ ପର୍ବତରେ ଛାଉଣି ସ୍ଥାପନ କଲେ। 48ପୁଣି, ସେମାନେ ଅବାରୀମ୍ ପର୍ବତରୁ ଯାତ୍ରା କରି ଯିରୀହୋ-ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ। 49ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବେଥ୍-ଯିଶିମୋତଠାରୁ ଆବେଲ୍-ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ। 50ଏଥିଉତ୍ତାରେ ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 51“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ, 52ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ। 53ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ। 54ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ। 55ମାତ୍ର ଯଦି ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ବରେ କଣ୍ଟକ ସ୍ୱରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ। 56ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”
Valgt i Øjeblikket:
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 33: ORYIRV
Markering
Kopiér
Sammenlign
Del
Vil du have dine markeringer gemt på tværs af alle dine enheder? Tilmeld dig eller log ind
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0