ଆଦି ପୁସ୍ତକ 14

14
ଅବ୍ରାମଙ୍କ ଲୋଟଙ୍କୁ ଉଦ୍ଧାର
1ଅନନ୍ତର ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା ଓ ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,
2ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍ ଓ ସବୋୟିମର ରାଜା ଶିମେବର ଓ ବିଲାର, ଅର୍ଥାତ୍, ସୋୟରର ରାଜା ସହିତ ଯୁଦ୍ଧ କଲେ।
3ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।
4ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,
5ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜଗଣ ଆସି ଅସ୍ତରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବିକିରୀୟାଥୟିମରେ ଏମୀୟ ଲୋକମାନଙ୍କୁ,
6ଓ ପ୍ରାନ୍ତର ନିକଟସ୍ଥ ଏଲପାରଣ ପର୍ଯ୍ୟନ୍ତ ସେୟୀର ପର୍ବତନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।
7ପୁଣି ସେମାନେ ସେ ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
8ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟିମର ରାଜା ଓ ବିଲାର, ଅର୍ଥାତ୍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,
9ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ ରାଜା ଓ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।
10ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ।
11ଏନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।
12ପୁଣି ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ।
13ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି ସେମାନେ ଅବ୍ରାମଙ୍କର ସହାୟ ଥିଲେ।
14ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶତ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ ନଗର ପର୍ଯ୍ୟନ୍ତ ଗଲେ।
15ଅନନ୍ତର ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି ଦମ୍ମେସକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ।
16ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।
ଅବ୍ରାମଙ୍କୁ ମଲ୍‍କୀଷେଦକଙ୍କ ଆଶୀର୍ବାଦ
17ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍, ରାଜାର ପଦାକୁ ଗମନ କଲେ।
18ପୁଣି ଶାଲମର ରାଜା ମଲ୍‍କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଯାଜକ;
19ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, ଅବ୍ରାମ ସ୍ଵର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ;
20ସର୍ବୋପରିସ୍ଥ ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ। ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।
21ଅନନ୍ତର ସଦୋମର ରାଜା ଅବ୍ରାମଙ୍କୁ କହିଲେ, ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟସକଳ ଆମ୍ଭଙ୍କୁ ଦିଅ।
22ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, ମୁଁ ସ୍ଵର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,
23ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ତିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ।
24କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍, ଆନେର ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ।

اکنون انتخاب شده:

ଆଦି ପୁସ୍ତକ 14: ODIAOV-BSI

های‌لایت

کپی

مقایسه

به اشتراک گذاشتن

None

می خواهید نکات برجسته خود را در همه دستگاه های خود ذخیره کنید؟ برای ورودثبت نام کنید یا اگر ثبت نام کرده اید وارد شوید