ଆଦି ପୁସ୍ତକ 17
17
ଚୁକ୍ତିର ଚିହ୍ନ ସୁନ୍ନତ୍ ବିଧି
1ଅବ୍ରାମଙ୍କର ଅନେଶ୍ଵତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ଵର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
2ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।
3ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ଵର ତାଙ୍କ ସହିତ ଆଳାପ କରି କହିଲେ,
4ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।
5ପୁଣି ତୁମ୍ଭ ନାମ ଅବ୍ରାମ (ମହାପିତା) ଆଉ ରହିବ ନାହିଁ, ମାତ୍ର ଅବ୍ରହାମ (ବହୁଲୋକର ପିତା) ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।
6ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀ ଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।
7ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳ ସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ଵର ହେବା।
8ପୁଣି ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା।
9ପରମେଶ୍ଵର ଅବ୍ରହାମଙ୍କୁ ଆହୁରି କହିଲେ, ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।
10ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ୍ ହେବ।
11ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।
12ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।
13ପୁଣି ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ।
14ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ୍ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।
ଇସ୍ହାକଙ୍କ ଜନ୍ମର ପ୍ରତିଜ୍ଞା
15ତହିଁ ଉତ୍ତାରୁ ପରମେଶ୍ଵର ଅବ୍ରହାମଙ୍କୁ କହିଲେ, ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକି ଆଉ ସାରୀ (କୁଳୀନା) ବୋଲି ଡାକ ନାହିଁ; ତାହାର ନାମ ସାରା (ରାଣୀ) ହେଲା।
16ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନାଦେଶୀୟ ରାଜଗଣ ଉତ୍ପନ୍ନ ହେବେ।
17ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି ମନେ ମନେ କହିଲେ, ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?
18ତହିଁରେ ଅବ୍ରହାମ ପରମେଶ୍ଵରଙ୍କୁ କହିଲେ, ଇଶ୍ମାଏଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।
19ସେତେବେଳେ ପରମେଶ୍ଵର କହିଲେ, ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।
20ପୁଣି ଇଶ୍ମାଏଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି ବହୁ ପ୍ରଜାବ; କରି ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ଵାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା।
21ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।
22ଏପ୍ରକାରେ କଥାବାର୍ତ୍ତା ଶେଷ କରି ପରମେଶ୍ଵର ଅବ୍ରହାମଙ୍କ ନିକଟରୁ ଊର୍ଦ୍ଧ୍ଵଗମନ କଲେ।
23ଏଥିଉତ୍ତାରୁ ଅବ୍ରହାମ ଆପଣା ପୁତ୍ର ଇଶ୍ମାଏଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।
24ଅବ୍ରହାମଙ୍କର ଅନେଶ୍ଵତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମର ଛେଦନ ହେଲା।
25ପୁଣି ତାଙ୍କର ପୁତ୍ର ଇଶ୍ମାଏଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମର ଛେଦନ ହେଲା।
26ଏହିରୂପେ ଏକ ଦିନରେ ଅବ୍ରହାମଙ୍କର ଓ ତାଙ୍କ ପୁତ୍ର ଇଶ୍ମାଏଲର ସୁନ୍ନତ ହେଲା।
27ପୁଣି ତାଙ୍କ ଗୃହଜାତ ଓ ବିଦେଶୀୟମାନଙ୍କ ନିକଟରୁ ମୂଲ୍ୟକ୍ରୀତ ତାଙ୍କ ଗୃହସ୍ଥ ସମସ୍ତ ପୁରୁଷର ସୁନ୍ନତ ହେଲା।
اکنون انتخاب شده:
ଆଦି ପୁସ୍ତକ 17: ODIAOV-BSI
هایلایت
کپی
مقایسه
به اشتراک گذاشتن
می خواهید نکات برجسته خود را در همه دستگاه های خود ذخیره کنید؟ برای ورودثبت نام کنید یا اگر ثبت نام کرده اید وارد شوید
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.