ଆଦି ପୁସ୍ତକ 25
25
ଅବ୍ରହାମଙ୍କ ମୃତ୍ୟୁ ଏବଂ ତାଙ୍କ ବଂଶଧର
1ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ।
2ସେ ତାଙ୍କ ନିମନ୍ତେ ସିମ୍ରଣ୍ ଓ ଯକ୍ଷନ ଓ ମଦାନ୍ ଓ ମିଦୀୟନ୍ ଓ ଯିଶ୍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।
3ସେହି ଯକ୍ଷନ୍ ଶିବା ଓ ଦଦାନ୍କୁ ଜାତ କଲା। ଦଦାନ୍ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।
4ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ୍ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।
5ଅନନ୍ତର ଅବ୍ରହାମ ଇସ୍ହାକକୁ ଆପଣାର ସର୍ବସ୍ଵ ଦେଲେ।
6ମାତ୍ର ଅବ୍ରହାମ ଉପପନିୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।
7ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।
8ଅନନ୍ତର ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁହୋଇ ପ୍ରାଣତ୍ୟାଗ କଲେ; ଆଉ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।
9ଆଉ ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାଏଲ ମମ୍ରିର ସମ୍ମୁଖରେ ହେତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।
10ଯେହେତୁ ଅବ୍ରହାମ ହେତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।
11ଅବ୍ରହାମଙ୍କ ମୃତ୍ୟୁ ଉତ୍ତାରେ ପରମେଶ୍ଵର ତାଙ୍କର ପୁତ୍ର ଇସ୍ହାକଙ୍କୁ ଆଶୀର୍ବାଦ କଲେ; ପୁଣି ଇସ୍ହାକ ବେର୍-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।
ଇଶ୍ମାଏଲର ବଂଶଧର
12ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାଏଲର ବଂଶାବଳୀ।
13ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାଏଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାଏଲର ଜ୍ୟେଷ୍ଠପୁତ୍ର ନବାୟୋତ୍; ତାହା ଉତ୍ତାରେ କେଦର ଓ ଅଦ୍ବେଲ ମିବ୍ସମ୍,
14ମିଶ୍ମ ଓ ଦୂମା ଓ ମସା,
15ଓ ହଦଦ ଓ ତେମା ଓ ଯିଟୁର ଓ ନାଫୀଶ୍ ଓ କେଦମା।
16ଏହି ସମସ୍ତେ ଇଶ୍ମାଏଲର ସନ୍ତାନ, ପୁଣି ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ଵାଦଶ ଅଧିପତି ଥିଲେ।
17ଇଶ୍ମାଏଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।
18ଅନନ୍ତର ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।
ଏଷୌ ଓ ଯାକୁବଙ୍କ ଜନ୍ମ
19ଅବ୍ରହାମଙ୍କର ପୁତ୍ର ଇସ୍ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍ହାକଙ୍କୁ ଜାତ କଲେ;
20ସେହି ଇସ୍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍-ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍, ଅରାମୀୟ ଲାବନର ଭଗିନୀ ରିବିକାକୁବିବାହ କଲେ।
21ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
22ଅନନ୍ତର ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।
23ତହିଁରେ ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ।
24ଅନନ୍ତର ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ।
25ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ (ଲୋମବ୍ୟାପ୍ତ) ଦିଆଗଲା।
26ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଣୁକରି ତାହାର ନାମ ଯାକୁବ (ପଦାପହାରକ) ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।
ଏଷୌର ଜ୍ୟେଷ୍ଠାଧିକାର ବିକ୍ରୟ
27ଅନନ୍ତର ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି ଯାକୁବ ମୃଦୁମନୁଷ୍ୟ ଓ ତମ୍ଵୁବାସୀ ହେଲା।
28ଇସ୍ହାକ ମୃଗୟା ମାଂସ ଅତି ସୁସ୍ଵାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
29ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳା; ହୋଇ କ୍ଷେତ୍ରରୁ ଆସିଲା;
30ତହୁଁ ସେ ଯାକୁବକୁ କହିଲା, ମୁଁ କ୍ଳା; ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ; ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା।
31ସେତେବେଳେ ଯାକୁବ କହିଲା, ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।
32ଏଷୌ ଉତ୍ତର କଲା, ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?
33ଯାକୁବ କହିଲା, ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର; ତହିଁରେ ସେ ତାହା ନିକଟରେ ଶପଥ କଲା; ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
34ତହୁଁ ଯାକୁବ ଏଷୌକୁ ରୋଟୀ ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।
اکنون انتخاب شده:
ଆଦି ପୁସ୍ତକ 25: ODIAOV-BSI
هایلایت
کپی
مقایسه
به اشتراک گذاشتن
می خواهید نکات برجسته خود را در همه دستگاه های خود ذخیره کنید؟ برای ورودثبت نام کنید یا اگر ثبت نام کرده اید وارد شوید
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.