ତା'ପରେ ଫେଷ୍ଟ ସେମାନଙ୍କ ସହିତ ଆଠ ଦଶ ଦିନ ରହି କାଇସରୀଆକୁ ଗ୍ଭଲିଗଲେ। ତହିଁ ଆରଦିନ ସେ ବିଗ୍ଭର ଆସନରେ ବସିଲେ, ଓ ପାଉଲଙ୍କୁ ଡକାଇ ପଠାଇଲେ। ପାଉଲ କୋଠରୀକୁ ଆସିବା ପରେ ଯିରୁଶାଲମରୁ ଯେଉଁ ଯିହୂଦୀମାନେ ଆସିଥିଲେ, ସେମାନେ ତାହାଙ୍କ ଗ୍ଭରିପାଖେ ଠିଆ ହୋଇଗଲେ। ସେମାନେ ତାହାଙ୍କ ବିରୁଦ୍ଧରେ ବହୁଗୁରୁତର ଅଭିଯୋଗମାନ କଲେ, କିନ୍ତୁ କିଛି ପ୍ରମାଣ କରି ପାରିଲେ ନାହିଁ।