1
ରୋମୀୟ 1:16
ପବିତ୍ର ବାଇବଲ
OERV
ମୁଁ ଏହି ସୁସମାଗ୍ଭର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଗ୍ଭର ହେଉଛି ଶକ୍ତି, ଯାହାଦ୍ୱାରା ପରମେଶ୍ୱର ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ।
Vertaa
Tutki ରୋମୀୟ 1:16
2
ରୋମୀୟ 1:17
ପରମେଶ୍ୱର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ୱାସରେ ଶେଷ ହୁଏ। ଯେପରି ଧର୍ମଶାସ୍ତ୍ରରେ କୁହାଯାଇଛି, “ବିଶ୍ୱାସ ଦ୍ୱାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।”
Tutki ରୋମୀୟ 1:17
3
ରୋମୀୟ 1:20
ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।
Tutki ରୋମୀୟ 1:20
4
ରୋମୀୟ 1:21
ଲୋକେ ପରମେଶ୍ୱରଙ୍କୁ ଜାଣିଥିଲେ। କିନ୍ତୁ ସେମାନେ ପରମେଶ୍ୱରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ୟବାଦ ଜଣାଇଲେ ନାହିଁ। ଲୋକଙ୍କ ଚିନ୍ତାଧାରା ନିରର୍ଥକ ହେଲା। ସେମାନଙ୍କର ଜ୍ଞାନ ଅନ୍ଧକାରରେ ଭରିଗଲା।
Tutki ରୋମୀୟ 1:21
5
ରୋମୀୟ 1:25
ଲୋକେ ପରମେଶ୍ୱରଙ୍କ ସତ୍ୟ ବଦଳରେ ମିଥ୍ୟାକୁ ଗ୍ରହଣ କଲେ। ସେମାନେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସେବା କଲେ। ସେମାନେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ଉପାସନା କଲେ ନାହିଁ। ପରମେଶ୍ୱର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍।
Tutki ରୋମୀୟ 1:25
6
ରୋମୀୟ 1:18
ପରମେଶ୍ୱରଙ୍କ କ୍ରୋଧ ସ୍ୱର୍ଗରୁ ପ୍ରକାଶିତ ହୋଇଛି। ଲୋକମାନଙ୍କ ଦ୍ୱାରା ପରମେଶ୍ୱରଙ୍କ ବିରୁଦ୍ଧରେ କରାଯାଇଥିବା ପ୍ରତ୍ୟେକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ୱର କ୍ରୋଧ କରନ୍ତି। ସେମାନଙ୍କ ପାଖରେ ସତ୍ୟ ଅଛି, କିନ୍ତୁ ସେମାନେ ନିଜର ମନ୍ଦ ଜୀବନ ଦ୍ୱାରା ତାହା ଲୁଗ୍ଭନ୍ତି।
Tutki ରୋମୀୟ 1:18
7
ରୋମୀୟ 1:26-28
ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେହି ଲଜ୍ଜାଜନକ କାର୍ଯ୍ୟ କରିବା ପାଇଁ ଛାଡ଼ି ଦେଲେ। ସେହିଭଳି ପୁରୁଷମାନେ ମଧ୍ୟ ସ୍ତ୍ରୀମାନଙ୍କ ସ୍ୱାଭାବିକ ସଙ୍ଗ ଛାଡ଼ି ପରସ୍ପର ଭିତରେ କାମନାରେ ଲିପ୍ତ ହେଲେ। ପୁରୁଷମାନେ ଅନ୍ୟ ପୁରୁଷମାନଙ୍କ ସହିତ ଅଶୋଭନୀୟ ବ୍ୟବହାର କଲେ। ନିଜର ମନ୍ଦ କାର୍ଯ୍ୟ ପାଇଁ ସେମାନେ ନିଜ ଦେହରେ ଦଣ୍ଡ ଭୋଗିଲେ। ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ କରିବାକୁ ଲୋକେ ଗୁରୁତ୍ୱ ଦେଲେ ନାହିଁ। ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ବିକୃତ ଚିନ୍ତାରେ ରହିବାକୁ ଛାଡ଼ି ଦେଲେ ଓ ସେମାନେ ଅନୁଚିତ୍ କର୍ମକରି ରହିଲେ।
Tutki ରୋମୀୟ 1:26-28
8
ରୋମୀୟ 1:22-23
ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତରେ ସେମାନେ ମୂର୍ଖ ହୋଇଗଲେ। ସେମାନେ ପରମେଶ୍ୱରଙ୍କ ଚିରସ୍ଥାୟୀ ମହିମାକୁ ଛାଡ଼ି ଦେଲେ। ଲୋକେ ସେହି ମହିମାକୁ ମୂର୍ତ୍ତିପୂଜା ଦ୍ୱାରା ବେପାର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ।
Tutki ରୋମୀୟ 1:22-23