ଧରିନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡ଼ିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଙ୍ଗଲୀ ଜୀତଗଛର ଶାଖାଗୁଡ଼ିକ ଆଣି ପ୍ରଥମ ଗଛ ସହିତ ସଂଯୁକ୍ତ କରାହେଲା। ତୁମ୍ଭେ ଅଣଯିହୂଦୀମାନେ ସେହି ଜଙ୍ଗଲୀ ଜୀତଗଛ ଭଳି। ତୁମ୍ଭେମାନେ ସେହି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ। ସେଥିପାଇଁ, ପ୍ରଥମ ଗଛର ସେ ଭଙ୍ଗା ଡାଳଗୁଡ଼ିକ ନିମନ୍ତେ ତୁମ୍ଭମାନଙ୍କର ଗର୍ବ କରିବାର କୌଣସି କାରଣ ନାହିଁ। କାରଣ ତୁମ୍ଭେମାନେ ପ୍ରଥମ ଗଛର ଚେରକୁ ଜୀବନ ପ୍ରଦାନ କରୁ ନାହଁ, ବରଂ ସେହି ଚେର ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରୁଛି।