ପ୍ରେରିତ 24

24
ପାଉଲଙ୍କ ଉପରେ ଯିହୂଦୀମାନଙ୍କର ଅଭିଯୋଗ
1ମହାଯାଜକ ହନାନିୟ ପାଞ୍ଚ ଦିନ ପରେ କେତକ ଯିହୂଦୀୟ ନେତା ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କୁ ନେଇ କାଇସରୀଆରେ ପହଞ୍ଚିଲେ। ସେଠାରେ ସେମାନେ ରାଜ୍ୟପାଳଙ୍କ ସାମନାରେ ପାଉଲଙ୍କ ବିରୁଦ୍ଧରେ ଅଭିଯୋଗ କଲେ। 2ତେଣୁ ପାଉଲଙ୍କୁ ଡକା ହେଲା। ତର୍ତ୍ତୁଲ୍ଲ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି କହିଲେ,
“ହେ ମହାମାନ୍ୟ ଫେଲୀ‌କ୍‌ସ! ଆମ୍ଭ ଲୋକମାନେ ଆପଣଙ୍କ ସକାଶେ ବହୁତ ଶାନ୍ତିରେ ଜୀବନଯାପନ କରୁଛନ୍ତି, ତେଣୁ ଆମ୍ଭେ ଆପଣଙ୍କୁ ଧନ୍ୟବାଦ ଜଣାଉଅଛୁ। ଆପଣଙ୍କ ଦୂରଦୃଷ୍ଟି ଯୋଗୁଁ ଏ ଜାତି ନିମନ୍ତେ ବହୁତ ଉନ୍ନତିକର କାର୍ଯ୍ୟ ହୋଇ ପାରୁଛି। 3ଏଥିପାଇଁ ଆମ୍ଭେ ସବୁ ପ୍ରକାର ଓ ସର୍ବଦା ଆପଣଙ୍କ ନିକଟରେ ଅତ୍ୟନ୍ତ କୃତଜ୍ଞ। 4ଏବେ ମୁଁ ଆପଣଙ୍କର ଅଧିକ ସମୟ ନଷ୍ଟ କରିବାକୁ ଇଚ୍ଛା ନ କରି, ସଂକ୍ଷେପରେ ଆମ୍ଭ କଥା କହିବି। ତେଣୁ ଆପଣ ଧୈର୍ଯ୍ୟ ଧରି ଆମ୍ଭ କଥା ଶୁଣନ୍ତୁ। 5ଏ ବ୍ୟକ୍ତି ଜଣେ ଗଣ୍ଡଗୋଳକାରୀ। ସେ ସାରା ପୃଥିବୀର ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହ ସୃଷ୍ଟି କରୁଛି ଓ ଆନ୍ଦୋଳନ କରିବା ପାଇଁ ମତାଉଛି। ସେ ନାଜରିତୀୟ ସମ୍ପ୍ରଦାୟର ଜଣେ ମୁଖ୍ୟ ନେତା। 6ଏପରିକି ସେ ମନ୍ଦିରକୁ ଅପବିତ୍ର କରିବା ପାଇଁ ମଧ୍ୟ ଚେଷ୍ଟା କରୁଥିଲା। 7କିନ୍ତୁ ସେତିକିବେଳେ ଆମ୍ଭେ ତାହାକୁ ଧରିନେଲୁ। 8#24:8 ମାତ୍ର ଲୂସିୟା ସେନାଧ୍ୟକ୍ଷ ଆସି ତାଙ୍କୁ ଆମ ନିକଟରୁ ଜବରଦସ୍ତି ନେଇଗଲେ। ସେ ଅଭିଯୋଗକାରୀମାନଙ୍କୁ ଆପଣଙ୍କ ନିକଟକୁ ଆସିବା ପାଇଁ ଆଦେଶ ଦେଲେ। ଏହା କେତେକ ମୂଳ ପ୍ରତୀକରେ ନାହିଁ। ଆପଣ ନିଜେ ତାକୁ ପରୀକ୍ଷା କରି ତାହାଠାରୁ ଆମ୍ଭେ ତାଙ୍କ ବିରୁଦ୍ଧରେ କରିଥିବା ସମସ୍ତ ଅଭିଯୋଗର ସତ୍ୟାସତ୍ୟ ଜାଣି ପାରିବେ।” 9ତା'ପରେ ସମସ୍ତ ଯିହୂଦୀମାନେ ଏହି ଅଭିଯୋଗ ସତ୍ୟ ବୋଲି କହିଲେ।
ଫେଲୀ‌କ୍‌ସ ଆଗରେ ଗଲେ ନିଜକୁ ବଞ୍ଚାଇଲେ
10ରାଜ୍ୟପାଳ ଯେତେବେଳେ ପାଉଲଙ୍କୁ କହିବା ପାଇଁ ଆଦେଶ ଦେଲେ, ସେତେବେଳେ ପାଉଲ ଉତ୍ତର ଦେଇ କହିଲେ, “ମୁଁ ଜାଣେ ଯେ ଆପଣ ଅନେକ ବର୍ଷ ଧରି ଏ ଜାତିର ବିଗ୍ଭରକର୍ତ୍ତା ଭାବରେ କାର୍ଯ୍ୟ କରିଆସୁଛନ୍ତି। ତେଣୁ ଆପଣଙ୍କ ସମ୍ମୁଖରେ ମୁଁ ଆନନ୍ଦରେ ମୋର ପକ୍ଷସମର୍ଥନ କରୁଅଛ। 11ଆପଣ ନିଜେ ଜାଣି ପାରିବେ ଯେ ମୁଁ କେବଳ ଉପାସନା କରିବା ପାଇଁ ମାତ୍ର ବାରଦିନ ପୂର୍ବରୁ ଯିରୁଶାଲମରେ ପହଞ୍ଚିଥିଲି। 12ସେମାନେ ମୋତେ ମନ୍ଦିରରେ ବା କୌଣସି ସମାଜଗୃହରେ ବା ସହରରେ କାହାରି ସହ ଯୁକ୍ତିତର୍କ କରିବା ବା ଭିଡ଼ ଜମେଇବାର ଦେଖି ନାହାନ୍ତି। 13ଏହି ଲୋକମାନେ ମୋ’ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ତାହାର ପ୍ରମାଣ ସେମାନେ ଦେଇ ପାରିବେ ନାହିଁ।
14“କିନ୍ତୁ ମୁଁ ଗୋଟିଏ କଥା ଆପଣଙ୍କୁ କହୁଛି, ଏମାନେ ଯେଉଁମାନଙ୍କୁ ଗୋଟିଏ ‘ଦଳ’ ବୋଲି କହନ୍ତି, ସେହି ମତାନୁଯାୟୀ ମୁଁ ମୋର ପୂର୍ବପୁରୁଷମାନଙ୍କ ପରମେଶ୍ୱରଙ୍କର ଉପାସନା କରେ। କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଯାହାସବୁ ଶିକ୍ଷା ଦିଏ, ଓ ଭାବବାଦୀ ପୁସ୍ତକରେ ଯାହାସବୁ ଲେଖାଅଛି, ସେ ସବୁ ମୁଁ ଦୃଢ଼ ରୂପେ ବିଶ୍ୱାସ କରେ। 15ଏହି ବ୍ୟକ୍ତିମାନଙ୍କ ଭଳି, ମୁଁ ମଧ୍ୟ ପରମେଶ୍ୱରଙ୍କଠାରେ ଏହି ଭରସା ରଖିଛି ଯେ, ଉଭୟ ଉତ୍ତମ ଓ ଦୁଷ୍ଟ ଲୋକମାନଙ୍କର ମୃତ୍ୟୁରୁ ପୁନରୁ‌‌ତ୍‌‌ଥାନ ହେବ। 16ସେଥିପାଇଁ ମୁଁ ପରମେଶ୍ୱର ଓ ଲୋକମାନଙ୍କ ପାଖରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ସର୍ବଦା ଚେଷ୍ଟା କରେ।
17“ମୁଁ ବହୁତ ବର୍ଷ ପର୍ଯ୍ୟନ୍ତ ଯିରୁଶାଲମରୁ ଦୂରରେ ଥିଲି। ତା'ପରେ ମୋ’ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାଯ୍ୟ ଦେବା ପାଇଁ ଓ ପରମେଶ୍ୱରଙ୍କ ପାଖରେ ଦାନ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ଫେରିଲି। 18ମୁଁ ମନ୍ଦିରରେ ନିଜକୁ ଶୁଚି କରିବାକୁ ଯାଇଥିଲି। ଶୁଚିକରଣ ଉତ୍ସବ ସରିଗଲାପରେ କେତେକ ଯିହୂଦୀମାନେ ସେଠାରେ ମୋତେ ଦେଖିଲେ। ମୁଁ ସେଠାରେ କୌଣସି ଗଣ୍ଡଗୋଳ ସୃଷ୍ଟି କରି ନାହିଁ କି ମୋ’ ସହିତ କୌଣସି ଲୋକ ମଧ୍ୟ ନ ଥିଲେ। 19ସେ ସମୟରେ ଏସିଆର କେତେକ ଯିହୂଦୀ ସେଠାରେ ଥିଲେ। ଯଦି ସେମାନଙ୍କର ମୋ’ ବିରୁଦ୍ଧରେ କିଛି ଆପତ୍ତି ଥାଏ ତେବେ ସେମାନେ ଆପଣଙ୍କ ନିକଟରେ ଉପସ୍ଥିତ ହେବା ଉଚିତ୍, 20ନଚେତ୍ ଆପଣ ଏଠାରେ ଉପସ୍ଥିତ ଥିବା ଯିହୂଦୀୟମାନଙ୍କୁ ପଗ୍ଭରନ୍ତୁ, ସେମାନଙ୍କ ପରିଷଦ ସଭାରେ, ସେମାନଙ୍କ ସମ୍ମୁଖରେ ମୁଁ ଯେତେବେଳେ ଠିଆହେଲି, ସେତେବେଳେ ସେମାନେ ମୋ'ଠାରେ କ’ଣ ସବୁ ଦୋଷ ଦେଖିଲେ? 21ମୁଁ କେବଳ ଗୋଟିଏ କଥା ସେମାନଙ୍କ ମଧ୍ୟରେ ଠିଆ ହୋଇ ଜୋ‌ର୍‌‌ରେ କହିଥିଲି ଯେ, ‘ମୃତ୍ୟୁରୁ ଲୋକମାନଙ୍କର ପୁନରୁ‌‌ତ୍‌‌ଥାନ ହେବ ବୋଲି ବିଶ୍ୱାସ କରୁଥିବାରୁ ମୋର ଆଜି ସଭା ସମ୍ମୁଖରେ ବିଗ୍ଭର ହେଉଛି।’”
22ଫେଲୀ‌କ୍‌ସ୍ ଖ୍ରୀଷ୍ଟଙ୍କର ମାର୍ଗ ବିଷୟରେ ଭଲ ଭାବରେ ଜାଣିଥିବାରୁ ଶୁଣାଣି ସ୍ଥଗିତ ରଖିଲେ। ସେ କହିଲେ, “ସେନାଧ୍ୟକ୍ଷ ଲୂସିୟା ଆସିବା ପରେ ମୁଁ ତୁମ୍ଭମାନଙ୍କ ବିଗ୍ଭର କରିବି।” 23ଫେଲୀ‌କ୍‌ସ୍ ଶତସେନାପତିଙ୍କ ଜିମାରେ ପାଉଲଙ୍କୁ ରଖିବା ପାଇଁ ଆଦେଶ ଦେଲେ। ସେ ତାହାଙ୍କୁ ନଜରବନ୍ଦୀରେ ରଖି କିଛି ସ୍ୱାଧୀନତା ଦେବା ପାଇଁ ମଧ୍ୟ ଆଜ୍ଞା ଦେଲେ। ପାଉଲଙ୍କ ବନ୍ଧୁମାନେ ଯଦି ତାହାଙ୍କ ନିକଟକୁ କୌଣସି ଆବଶ୍ୟକୀୟ ଜିନିଷ ନେଇ ଆସନ୍ତି, ତେବେ ସେମାନଙ୍କୁ ବାଧା ନ ଦେବା ନିମନ୍ତେ ମଧ୍ୟ ସେ ସେହି ଶତସେନାପତିଙ୍କୁ ଆଦେଶ ଦେଲେ।
ଫେଲୀ‌କ୍‌ସ୍ ଓ ତାହାଙ୍କ ସ୍ତ୍ରୀଙ୍କ ସହିତ ପାଉଲଙ୍କର କଥା
24କିଛି ଦିନ ପରେ ଫେଲୀ‌କ୍‌ସ୍ ତାହାଙ୍କ ସ୍ତ୍ରୀ ଦ୍ରୁସିଲ୍ଲାଙ୍କୁ ନେଇ ଆସିଲେ। ସେ ଯିହୂଦୀ ଥିଲେ। ଫେଲୀ‌କ୍‌ସ୍ ପାଉଲଙ୍କୁ ଡକାଇ ତାହାଙ୍କଠାରୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟରେ ଶୁଣିଲେ। 25କିନ୍ତୁ ପାଉଲ ଯେତେବେଳେ ଧାର୍ମିକ ଜୀବନ, ଆତ୍ମସଂଯମ ଓ ଆଗାମୀ ବିଗ୍ଭର ବିଷୟରେ କହିଲେ, ସେତେବେଳେ ଫେଲୀ‌କ୍‌ସ୍ ଭୟଭୀତ ହୋଇଗଲେ। ଫେଲୀ‌କ୍‌ସ୍ କହିଲେ, “ବର୍ତ୍ତମାନ ତୁମ୍ଭେ ଯାଅ। ମୋର ସମୟ ହେଲେ ମୁଁ ତୁମ୍ଭକୁ ଡାକିବି।” 26କିନ୍ତୁ ଫେଲୀ‌କ୍‌ସ୍ ପାଉଲଙ୍କ ସହିତ କଥା ହେବାର ଆଉ ଗୋଟିଏ କାରଣ ଥିଲା। ସେ ଆଶା କରିଥିଲେ ଯେ ପାଉଲ ତାହାଙ୍କୁ ଟଙ୍କା ଲାଞ୍ଚ ଦେବେ। ତେଣୁ ସେ ପାଉଲଙ୍କୁ ଅନେକଥର ଡକାଇ କଥା ହେଉଥିଲେ।
27କିନ୍ତୁ ଏହିପରି ଦୁଇ ବର୍ଷ ବିତିଗଲାପରେ ପର୍କିୟ ଫେଷ୍ଟ ରାଜ୍ୟପାଳ ହେଲେ। ଫେଲୀ‌କ୍‌ସ୍ ଆଉ ରାଜ୍ୟପାଳ ପଦରେ ରହିଲେ ନାହିଁ। ତେଣୁ ଫେଲୀ‌କ୍‌ସ୍ ଯିହୂଦୀୟମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପାଉଲଙ୍କୁ ବନ୍ଦୀ ଅବସ୍ଥାରେ କାରାଗାରରେ ରଖି ଗ୍ଭଲିଗଲେ।

Tällä hetkellä valittuna:

ପ୍ରେରିତ 24: OERV

Korostus

Kopioi

Vertaa

Jaa

None

Haluatko, että korostuksesi tallennetaan kaikille laitteillesi? Rekisteröidy tai kirjaudu sisään