ରୋମୀୟ 12

12
ନିଜ ଜୀବନ ପ୍ରଭୁଙ୍କୁ ଅର୍ପଣ କର
1ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ୱରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭେମାନେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ୱରୂପ ପରମେଶ୍ୱରଙ୍କୁ ଅର୍ପଣ କର। ଏହା କେବଳ ତାହାଙ୍କୁ ସମର୍ପିତ ହେବ। ଏହା ପରମେଶ୍ୱରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ଆତ୍ମିକ ଉପାସନା ଅଟେ। 2ଏହା ପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତେବେ ପରମେଶ୍ୱର ତୁମ୍ଭମାନଙ୍କ ପାଇଁ କ’ଣ ଇଚ୍ଛା କରନ୍ତି, ତୁମ୍ଭେମାନେ ଜାଣି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡ଼ିକ ଭଲ, ପରମେଶ୍ୱରଙ୍କୁ ପ୍ରିୟ ଓ ସିଦ୍ଧ।
3ପରମେଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରୁଥିବାରୁ ମୋର ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ୱର ଯେଉଁ ପ୍ରକାରର ବିଶ୍ୱାସ ତୁମ୍ଭକୁ ଦେଇଛନ୍ତି, ସେହି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର। 4ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀରରେ ଅନେକ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡ଼ିକ ଏକା ଭଳି କାମ କରନ୍ତି ନାହିଁ। 5ସେହିଭଳି ଆମ୍ଭେ ସଂଖ୍ୟାରେ ଅନେକ ଲୋକ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭେ ଏକ ଶରୀରର ବିଭିନ୍ନ ଅଙ୍ଗ ଭଳି ଆମ୍ଭେ ପ୍ରତ୍ୟେକ ଅନ୍ୟର ପରିପୂରକ।
6ଏହିଭଳି ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା'ଠାରେ ଥିବା ବିଶ୍ୱାସ ଅନୁସାରେ ତାହାକୁ ବ୍ୟବହାର କରୁ। ଯଦି କାହାକୁ ଭବିଷ୍ୟ‌ଦ୍‌ବାଣୀର ଦାନ ମିଳିଛି, ତା'ହେଲେ ସେ ନିଜର ବିଶ୍ୱାସ ଅନୁସାରେ ଭବିଷ୍ୟ‌ଦ୍‌ବାଣୀ କରୁ। 7ଯଦି କାହାକୁ ସେବା କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତେବେ ସେ ନିଜକୁ ସେବା ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦେବା ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ନିଜକୁ ପ୍ରଗ୍ଭର କାର୍ଯ୍ୟରେ ଲଗାଇ ଦେଉ। 8ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ୱନା ଦେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ଲୋକମାନଙ୍କୁ ସାନ୍ତ୍ୱନା ଦେଉ। ଯଦି କାହାକୁ ଦାନ ଦେବା ଅନୁଗ୍ରହ ଦାନ ମିଳିଛ ତା'ହେଲେ ସେ ଖୋଲା ମନରେ ଦାନ କରୁ। ଯଦି କାହାକୁ ନେତୃତ୍ୱ ନେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ମନ ପ୍ରାଣ ଢାଳି ନେତୃତ୍ୱ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦେଖାଇବା ଅନୁଗ୍ରହ ଦାନ ମିଳିଛି ତା'ହେଲେ ସେ ଆନନ୍ଦ ମନରେ ଦୟା ଦେଖାଉ।
9ତୁମ୍ଭର ପ୍ରେମ ନିଷ୍କପଟ ହେଉ। ମନ୍ଦକୁ ଘୃଣା କର। 10ଭଲ କାର୍ଯ୍ୟରେ ଜଡ଼ିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ରେମ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଗ୍ଭହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ। 11ପରମେଶ୍ୱରଙ୍କ କାମ କରିବାରେ ଉତ୍ସାହ ପ୍ରକାଶ କର। ତାଙ୍କ ସେବା କାର୍ଯ୍ୟରେ ଆଳସ୍ୟ କର ନାହିଁ। ପରମେଶ୍ୱରଙ୍କୁ ସେବା କଲାବେଳେ ଆତ୍ମିକ ଭାବରେ ଉଦ୍‌‌ଯୋଗ ହୁଅ। 12ଭରସା ଥିବାରୁ ପ୍ରସନ୍ନ ରୁହ। ଅସୁବିଧାର ସମ୍ମୁଖୀନ ହେବା ବେଳେ ତୁମ୍ଭେ ଧୈର୍ଯ୍ୟ ଧର। ନିରନ୍ତର ପ୍ରାର୍ଥନା କର। 13ପରମେଶ୍ୱରଙ୍କ ନିଜ ଲୋକମାନଙ୍କର କାମରେ ସାହାଯ୍ୟ କର। ଯେଉଁମାନଙ୍କୁ ସାହାଯ୍ୟ ଦରକାର ସେମାନଙ୍କ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସେମାନଙ୍କୁ ଅତିଥି ଭାବରେ ସ୍ୱାଗତ କର।
14ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସେମାନଙ୍କ ପ୍ରତି ତୁମ୍ଭେ ଭଲ ଆଚରଣ କର। ସେମାନଙ୍କୁ ଅଭିଶାପ ଦିଅ ନାହିଁ, ବରଂ ସେମାନଙ୍କୁ ଭଲ କଥା କୁହ। 15ଯେତେବେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭେମାନେ ସେମାନଙ୍କ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲାବେଳେ ତୁମ୍ଭେମାନେ ତାହାଙ୍କ ସହିତ ଦୁଃଖିତ ହୁଅ। 16ନିଜ ଭିତରେ ମିଳିମିଶି ଶାନ୍ତିରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ନୁହନ୍ତି, ସେମାନଙ୍କ ସହିତ ସାଙ୍ଗ ହେବା ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ।
17ମନ୍ଦ ପ୍ରତିବଦଳରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସେହିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ। 18ଲୋକଙ୍କ ସହିତ ଶାନ୍ତିରେ ରହିବା ପାଇଁ ଯଥାସାଧ୍ୟ ଚେଷ୍ଟା କର। 19ତୁମ୍ଭମାନଙ୍କ ପ୍ରତି ଭୁଲ୍ କରିଥିବା ଲୋକକୁ ନିଜ ତରଫରୁ ଦଣ୍ତ ଦିଅ ନାହିଁ। ତାହାକୁ ପରମେଶ୍ୱରଙ୍କ କ୍ରୋଧ ଦ୍ୱାରା ଦଣ୍ତିତ ହେବା ଲାଗି ଅପେକ୍ଷା କର। ଶାସ୍ତ୍ରରେ ଲେଖା ଅଛି: ପରମେଶ୍ୱର କହିଛନ୍ତି,
“ଦଣ୍ତ ଦେବା ମୋର କାମ।
ମୁଁ ଲୋକମାନଙ୍କୁ ପ୍ରତିଦାନ ଦେବି।”#ଦ୍ୱିତୀୟ ବିବରଣ 32:35
20କିନ୍ତୁ ତୁମ୍ଭେମାନେ ଏପରି କରିବା ଉଚିତ୍:
“ଯଦି ତୁମ୍ଭର ଶତ୍ରୁ ଭୋକରେ ଅଛି,
ତାହାକୁ ଖାଇବାକୁ ଦିଅ,
ଯଦି ତୁମ୍ଭ ଶତ୍ରୁ ତୃଷିତ ଅଛି,
ତାହାକୁ ପିଇବାକୁ ଦିଅ।
ଏପରି କଲେ ତୁମ୍ଭେ ତାହାକୁ ଲଜ୍ଜିତ କରି ପାରିବ।”#ହିତୋପଦେଶ 25:21-22
21ମନ୍ଦ ଦ୍ୱାରା ହାରି ଯାଅ ନାହିଁ। ତୁମ୍ଭେ ଭଲ କାମ କରି ମନ୍ଦକୁ ହରାଇବାକୁ ଚେଷ୍ଟା କର।

Tällä hetkellä valittuna:

ରୋମୀୟ 12: OERV

Korostus

Kopioi

Vertaa

Jaa

None

Haluatko, että korostuksesi tallennetaan kaikille laitteillesi? Rekisteröidy tai kirjaudu sisään