YouVersion logo
Ikona pretraživanja

ଯୋହନ 15

15
ଯୀଶୁ ପ୍ରକୃତ ଦ୍ରାକ୍ଷାଲତା
1 “ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ। 2ମୋʼ ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି। 3ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିସକାଶେ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ। 4ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ। 5ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ। 6କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ। 7ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ। 8ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ। 9ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ। 10ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ। 11ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି। 12ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା। 13ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ। 14ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ। 15ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି। 16ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ; 17ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।”
ବିଶ୍ୱାସୀଙ୍କୁ ଜଗତର ଘୃଣା
18 “ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ। 19ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ। 20ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ। 21କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ। 22ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହାହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରିପାରନ୍ତି ନାହିଁ। 23ଯେ ମୋତେ ଘୃଣା କରେ, ସେ ମୋହର ପିତାଙ୍କୁ ମଧ୍ୟ ଘୃଣା କରେ। 24ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି। 25‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି। 26ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ; 27ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ।”

Trenutno odabrano:

ଯୋହନ 15: IRVOry

Istaknuto

Kopiraj

Usporedi

Podijeli

None

Želiš li svoje istaknute stihove spremiti na sve svoje uređaje? Prijavi se ili registriraj

Videozapis za ଯୋହନ 15