Logo YouVersion
Icona Cerca

ପ୍ରେରିତ 5:3-5

ପ୍ରେରିତ 5:3-5 IRVORY

ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି? ବିକ୍ରୟ ହେବା ପୂର୍ବେ ତାହା କଅଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ନିକଟରେ ମିଥ୍ୟା କହିଲ। ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ।

Piani di Lettura e Devozionali gratuiti relativi a ପ୍ରେରିତ 5:3-5