ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,
ପୁଣି ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ଵରୂପେ ଯେ ଯେ କର୍ମ କରିଅଛୁ, ସେସବୁର ବୃତ୍ତା; ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି ଆମ୍ଭେ ଯେ ସଦାପ୍ରଭୁ - ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ ଭାରୀ କଲୁ।