ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଲୁ
ପୁଣି ଶିଳ୍ପକର୍ମ, ଅର୍ଥାତ୍, ସ୍ଵର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି
ସର୍ବପ୍ରକାର ଶିଳ୍ପକର୍ମ କରଣାର୍ଥେ
ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟଦାୟକ ପରମେଶ୍ଵରଙ୍କ ଆତ୍ମାରେ ପରିପୂର୍ଣ୍ଣ କଲୁ।