ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସି ଅଛନ୍ତି;
ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଗ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।