ខគម្ពីរពេញនិយមពី ଯୋହନ 21

ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ। ସେ ପୁନର୍ବାର ଦ୍ଵିତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ପ୍ରତିପାଳନ କର। ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ।

គម្រោង​អាន​និង​អត្ថបទស្មឹងស្មាធិ៍ជាមួយ​ព្រះ ​​ដោយ​ឥត​គិត​ថ្លៃ​ ដែល​ទាក់​ទង​ទៅ​នឹង ଯୋହନ 21