ମୁଁ ପ୍ରାର୍ଥନା କରେ ଯେପରି ସେ ତାଙ୍କ ଆତ୍ମାଙ୍କ କର୍ତ୍ତୃକ ତାଙ୍କର ଗୌରବର ଭଣ୍ଡାରରୁ ତୁମ ଅନ୍ତରାତ୍ମାକୁ ବଳିଷ୍ଠ କରିବା ପାଇଁ ଶକ୍ତି ଦେବେ। ମୁଁ ପ୍ରାର୍ଥନା କରେ, ଯେପରି ତୁମ୍ଭମାନଙ୍କ ବିଶ୍ୱାସ ବଳରେ ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରିବେ। ମୁଁ ପ୍ରାର୍ଥନା କରେ, ଯେପରି ତୁମ୍ଭମାନଙ୍କର ମୂଳଦୁଆ ପ୍ରେମରେ ସ୍ଥାପିତ ଓ ଦୃଢ଼ୀଭୂତ ହେବ। ତା’ହେଲେ, ଖ୍ରୀଷ୍ଟଙ୍କ ପ୍ରେମ ଯେ କେଡ଼େ ଦୀର୍ଘ ଓ ପ୍ରଶସ୍ତ, କେଡ଼େ ଉଚ୍ଚ ଓ ଗଭୀର, ତୁମେ ଈଶ୍ୱରଙ୍କ ଅନ୍ୟାନ୍ୟ ଲୋକମାନଙ୍କ ସହିତ ଏହା ହୃଦୟଙ୍ଗମ କରିବା ପାଇଁ ସକ୍ଷମ ହେବ। ହଁ, ତୁମ୍ଭେମାନେ ତାଙ୍କ ପ୍ରେମର ପରିସର ଜାଣି ପାରିବ, ଯଦ୍ୟପି ଏହା କେବେହେଁ ପୂର୍ଣ୍ଣମାତ୍ରାରେ ଜାଣି ହୁଏନା। ଏହି ପ୍ରକାରେ ତୁମ୍ଭେମାନେ ଈଶ୍ୱରଙ୍କ ସ୍ୱଭାବର ପରିପୂର୍ଣ୍ଣତା ଉପଲବ୍ôଧ କରିପାରିବ।