ମଦ୍ୟପାନରେ ମତ୍ତ ହୁଅ ନାହିଁ, କାରଣ ତାହା କେବଳ ତୁମର ସର୍ବନାଶ କରିବ, ମାତ୍ର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୁଅ। ଭଜନ, ସ୍ତୁତିଗାନ ଓ ଭକ୍ତି ଗୀତ ଦ୍ୱାରା ପରସ୍ପରକୁ ଉତ୍ସାହିତ କର। ହୃଦୟର କୃତଜ୍ଞତା ସହ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଓ ଭଜନ ଗାନ କର। ସର୍ବଦା ସବୁ ବିଷୟ ପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ।