1
ଗାଲାତୀୟ 3:13
ପବିତ୍ର ବାଇବଲ (CL) NT (BSI)
ODCLBSI
ମାତ୍ର ଖ୍ରୀଷ୍ଟ ଆମ ପାଇଁ ଅଭିଶପ୍ତ ହୋଇ ବ୍ୟବସ୍ଥାରେ ଉଲ୍ଲିଖିତ ଅଭିଶାପରୁ ଆମକୁ ମୁକ୍ତ କରିଛନ୍ତି। ଧର୍ମଶାସ୍ତ୍ରରେ ଲେଖାଅଛି, “ଯେ ବୃକ୍ଷରେ ଟଙ୍ଗାଯାଇ ମୃତ୍ୟୁଦଣ୍ଡ ଭୋଗ କରେ, ସେ ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ!”
ប្រៀបធៀប
រុករក ଗାଲାତୀୟ 3:13
2
ଗାଲାତୀୟ 3:28
ତେଣୁ ଇହୁଦୀ ଓ ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ, ପୁରୁଷ କିମ୍ବା ସ୍ତ୍ରୀ ମଧ୍ୟରେ ଆଉ କୌଣସି ପାର୍ଥକ୍ୟ ନାହିଁ। ତୁମେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଏକ ହୋଇଅଛ।
រុករក ଗାଲାତୀୟ 3:28
3
ଗାଲାତୀୟ 3:29
ତୁମ୍ଭେମାନେ ମଧ୍ୟ ଅବ୍ରହାମଙ୍କ ବଂଶଧର ଏବଂ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଲାଭ କରିବ।
រុករក ଗାଲାତୀୟ 3:29
4
ଗାଲାତୀୟ 3:14
ଈଶ୍ୱର ଅବ୍ରାହାମଙ୍କୁ ଯେଉଁ ଆଶୀର୍ବାଦ ପ୍ରଦାନ କରିବାକୁ ପ୍ରତିଜ୍ଞା କରିଥିଲେ, ଅଣଇହୁଦୀମାନେ ମଧ୍ୟ ଯେପରି ତାହା ଲାଭ କରି ପାରିବେ, ଏଥିପାଇଁ ଖ୍ରୀଷ୍ଟ ଏହି କାର୍ଯ୍ୟ ସାଧନ କରିଛନ୍ତି। ତେଣୁ ବିଶ୍ୱାସ ଦ୍ୱାରା ଆମେ ମଧ୍ୟ ଈଶ୍ୱରଙ୍କ ପ୍ରତିଶ୍ରୁତି ଅନୁସାରେ ପବିତ୍ର ଆତ୍ମା ଲାଭ କରିପାରିବୁ।
រុករក ଗାଲାତୀୟ 3:14
5
ଗାଲାତୀୟ 3:11
ତେଣୁ ଏଥିରୁ ସ୍ପଷ୍ଟଭାବେ ଜଣାଯାଏ, ବ୍ୟବସ୍ଥା ଦ୍ୱାରା କୌଣସି ବ୍ୟକ୍ତି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୋଇପାରେ ନାହିଁ, କାରଣ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ନିକଟରେ ନିର୍ଦ୍ଦୋଷ ବିବେଚିତ ହେଉଥିବା ବ୍ୟକ୍ତି ହିଁ କେବଳ ବଞ୍ôଚବ।”
រុករក ଗାଲାତୀୟ 3:11
គេហ៍
ព្រះគម្ពីរ
គម្រោងអាន
វីដេអូ