ଯାତ୍ରା ପୁସ୍ତକ 22

22
ପରିଶୋଧ ସଂକ୍ରାନ୍ତୀୟ ବ୍ୟବସ୍ଥା
1ଯେବେ କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।
2ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯେବେ କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।
3ମାତ୍ର ଯେବେ ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରାଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯେବେ ତାହାର କିଛି ନ ଥାଏ, ତେବେ ଚୋରି ହେତୁରୁ ସେ ବିକାଯିବ।
4ଗୋରୁ କି ଗର୍ଦ୍ଦଭ କି ମେଷାଦି ଚୋରାଦ୍ରବ୍ୟ ଯେବେ ଚୋର ହସ୍ତରେ ଜୀବିତ ମିଳେ, ତେବେ ସେ ତହିଁର ଦୁଇଗୁଣ ଦେବ।
5ଆଉ କେହି ଯେବେ ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ି ଦେଲେ ଯେବେ ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।
6ଆଉ ଅଗ୍ନି ଜ୍ଵଳି କଣ୍ଟକ ବନରେ ଲାଗିଲେ ଯେବେ କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ୍ର ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।
7ଆଉ, କେହି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କଲେ, ତାହା ଯେବେ କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ।
8ଯେବେ ଚୋର ଧରା ନ ପଡ଼େ, ତେବେ ଗୃହସ୍ଵାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେପରମେଶ୍ଵରଙ୍କ ସାକ୍ଷାତରେ ଉପସ୍ଥିତ ହେବ।
9ପୁଣି ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍, ଗୋରୁ କି ଗର୍ଦ୍ଦଭ କି ମେଷ କି ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯେବେ କେହି କହେ, ଏହା ସେହି ଦ୍ରବ୍ୟ, ତେବେ ଉଭୟ ପକ୍ଷର କଥା ପରମେଶ୍ଵରଙ୍କସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ଵରଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକି ଦୁଇଗୁଣ ଦେବ।
10କେହି ପ୍ରତିବାସୀ ନିକଟରେ ଆପଣା ଗଧ, କି ଗୋରୁ, କି ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖିଲେ ଯେବେ କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,
11ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥହେବ; ପଶୁସ୍ଵାମୀ ସେହି ଶପଥ ଗ୍ରହଣ କରିବ, ପୁଣି ସେ ପରିଶୋଧ କରିବ ନାହିଁ।
12ମାତ୍ର ଯେବେ ତାହା ନିକଟରୁ ଚୋରି ଯାଏ, ତେବେ ସେ ତାହାର ସ୍ଵାମୀକି ତାହାର ମୂଲ୍ୟ ଦେବ।
13ଯେବେ ସେହି ପଶୁ ବିଦୀର୍ଣ୍ଣହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।
14ଆଉ, କେହି ଯେବେ ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ସ୍ଵାମୀ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତା; ତାହାର ମୂଲ୍ୟ ଦେବ।
15ମାତ୍ର ଯେବେ ତାହାର ସ୍ଵାମୀ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯେବେ ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ। ନୈତିକ ଧର୍ମ ସଂକ୍ରାନ୍ତୀୟ ବ୍ୟବସ୍ଥା
16ଆଉ, କେହି ଯେବେ ଅବାଗ୍ଦତ୍ତା କନ୍ୟାକୁ ଫୁସଲାଇ ତାହା ସହିତ ଶୟନ କରେ, ତେବେ ସେ ତାହାକୁ କନ୍ୟା ମୂଲ୍ୟ ଦେଇ ଅବଶ୍ୟ ବିବାହ କରିବ।
17ଯେବେ ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତା; ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟରବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।
18ତୁମ୍ଭେ ମାୟାବିନୀକି ଜୀବିତା ରଖିବ ନାହିଁ।
19ଯେ କେହି ପଶୁ ସହିତ ଶୃଙ୍ଗାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ।
20ଯେଉଁ ଲୋକ କେବଳ ସଦାପ୍ରଭୁଙ୍କ ବିନା କୌଣସି ଦେବତା ନିକଟରେ ବଳିଦାନ କରେ,ସେ ବର୍ଜ୍ଜନୀୟ ରୂପେ ବିନଷ୍ଟ ହେବ।
21ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
22ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ।
23ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯେବେ ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।
24ପୁଣି ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ଼୍‍ଗ ଦ୍ଵାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।
25ତୁମ୍ଭେ ଯେବେ ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକକୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।
26ଯେବେ ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ।
27କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ? ପୁଣି ସେ ଯେବେ ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ।
28ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି ଆପଣା ଲୋକମାନଙ୍କର ଅଧ୍ୟକ୍ଷକୁ ଶାପ ଦେବ ନାହିଁ।
29ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ଵ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।
30ପୁଣି ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ।
31ପୁଣି ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ଵାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ।

ទើបបានជ្រើសរើសហើយ៖

ଯାତ୍ରା ପୁସ୍ତକ 22: ODIAOV-BSI

គំនូស​ចំណាំ

ចែក​រំលែក

ចម្លង

None

ចង់ឱ្យគំនូសពណ៌ដែលបានរក្សាទុករបស់អ្នក មាននៅលើគ្រប់ឧបករណ៍ទាំងអស់មែនទេ? ចុះឈ្មោះប្រើ ឬចុះឈ្មោះចូល