ଯାତ୍ରା ପୁସ୍ତକ 27
27
ପିତ୍ତଳର ବେଦି
1ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ।
2ପୁଣି ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।
3ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ ଓ ତହିଁର କରଚୁଲି ଓ କୁଣ୍ତ ଓ ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।
4ପୁଣି ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।
5ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ।
6ଆଉ ବେଦି ନିମନ୍ତେ ଶିଟୀମ୍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।
7ପୁଣି ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ଵ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ।
8ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହେଲା, ସେରୂପେ ଲୋକମାନେ କରିବେ।
ଆବାସର ପ୍ରାଙ୍ଗଣ
9ଅନନ୍ତର ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ଵର ଦୈର୍ଘ୍ୟ ଏକଶତ ହସ୍ତ ହେବ।
10ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ।
11ତଦ୍ରୂପ ଉତ୍ତର ପାର୍ଶ୍ଵରେ ଏକଶତ ହସ୍ତ ଦୀର୍ଘ ପରଦା ହେବ ଓ ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ।
12ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା ଓ ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।
13ପୁଣି ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ।
14(ଦ୍ଵାରର) ଏକ ପାର୍ଶ୍ଵରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
15ଆଉ ଅନ୍ୟ ପାର୍ଶ୍ଵରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
16ପୁଣି ପ୍ରାଙ୍ଗଣର ଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରୀ ଚୁଙ୍ଗୀ ହେବ।
17ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା ଛୁଞ୍ଚିଆରେ ବନ୍ଦ ହେବ ଓ ତହିଁର ଆଙ୍କଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।
18ପ୍ରାଙ୍ଗଣ ଏକଶତ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ।
19ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ଵନ୍ଧୀୟ ପାତ୍ର ଓ ମେଖ ଓ ପ୍ରାଙ୍ଗଣର ସମସ୍ତ ମେଖ ପିତ୍ତଳର ହେବ।
ପ୍ରଦୀପର ଯନି
20ଆଉ ନିତ୍ୟ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନମାନଙ୍କୁ ଆଜ୍ଞା ଦେବ।
21ଆଉ ସମାଗମ-ତମ୍ଵୁରେ ସାକ୍ଷ୍ୟସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦବସ୍ତ୍ରର ବାହାରେ ହାରୋଣଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେନ୍ତଏହା ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
ទើបបានជ្រើសរើសហើយ៖
ଯାତ୍ରା ପୁସ୍ତକ 27: ODIAOV-BSI
គំនូសចំណាំ
ចែករំលែក
ចម្លង
ចង់ឱ្យគំនូសពណ៌ដែលបានរក្សាទុករបស់អ្នក មាននៅលើគ្រប់ឧបករណ៍ទាំងអស់មែនទេ? ចុះឈ្មោះប្រើ ឬចុះឈ្មោះចូល
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.

: