ଯାତ୍ରା ପୁସ୍ତକ 28
28
ଯାଜକଙ୍କ ବସ୍ତ୍ର
1ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ, ତାହା ସଙ୍ଗେ ତାହାର ପୁତ୍ରଗଣକୁ, ଅର୍ଥାତ୍, ହାରୋଣ, ନାଦବ୍ ଓ ଅବୀହୂ, ଇଲୀୟାଜରଓ ଈଥାମରକୁ ଆପଣା ନିକଟକୁ ଆଣିବ।
2ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।
3ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ହାରୋଣକୁ ପ୍ରତିଷ୍ଠା କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।
4ଅର୍ଥାତ୍, ବୁକୁପଟା ଓ ଏଫୋଦ ଓ ଚୋଗା ଓ ବୁଟାଦାର ଜାମା ଓ ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।
5ସେମାନେ ସୁବର୍ଣ୍ଣ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।
6ପୁଣି ସେମାନେ ସେହି ସ୍ଵର୍ଣ୍ଣ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ଵାରା ଏଫୋଦବସ୍ତ୍ର ପ୍ରସ୍ତୁତ କରିବେ।
7ତହିଁର ଦୁଇ ମୁଣ୍ତରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।
8ପୁଣି ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍, ସ୍ଵର୍ଣ୍ଣରେ, ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।
9ଅନନ୍ତର ତୁମ୍ଭେ ଦୁଇ ଗୋମେଦକ ମଣିଘେନି ତହିଁ ଉପରେ ଇସ୍ରାଏଲ-ପୁତ୍ରମାନଙ୍କ ନାମ ଖୋଳିବ।
10ଅର୍ଥାତ୍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଳିବ।
11ଶିଳ୍ପକର୍ମରେ ମୁଦ୍ରା ଖୋଳିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲ-ପୁତ୍ରଗଣର ନାମ ଖୋଳିବ, ପୁଣି ତାହା ଦୁଇ ସ୍ଵର୍ଣ୍ଣାଧାରରେ ବନ୍ଦ କରିବ।
12ପୁଣି ଇସ୍ରାଏଲ-ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।
13ଆଉ ତୁମ୍ଭେ ଦୁଇ ସ୍ଵର୍ଣ୍ଣାଧାର କରିବ
14ଓ ନିର୍ମଳ ସୁବର୍ଣ୍ଣ ଦ୍ଵାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ।
15ପୁଣି ଶିଳ୍ପକର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍, ଏଫୋଦର କର୍ମାନୁସାରେ ସ୍ଵର୍ଣ୍ଣରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ଵାରା ତାହା ପ୍ରସ୍ତୁତ କରିବ।
16ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ତ ଓ ପ୍ରସ୍ଥ ଏକ ଚାଖଣ୍ତ ହେବ।
17ପୁଣି ତାହାକୁ ଚାରି ମଣିପଂକ୍ତିରେ ଖଚିତ କରିବ, ତହିଁର ପ୍ରଥମ ପଂକ୍ତିରେ ଚୂଣୀ ଓ ପୀତମଣି ଓ ମରକତ;
18ଦ୍ଵିତୀୟ ପଂକ୍ତିରେ ପଦ୍ମରାଗ ଓ ନୀଳକା; ଓ ହୀରକ
19ତୃତୀୟ ପଂକ୍ତିରେ ପେରୋଜ ଓ ଯିସ୍ମ ଓ କଟାହେଳା
20ପୁଣି ଚତୁର୍ଥ ପଂକ୍ତିରେ ବୈଦୁର୍ଯ୍ୟ ଓ ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ଵର୍ଣ୍ଣରେ ସ୍ଵ ସ୍ଵ ପଂକ୍ତିରେ ବସାଯିବ।
21ଏହି ମଣି ଇସ୍ରାଏଲ-ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ଵାଦଶ ହେବ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ଵାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।
22ତୁମ୍ଭେ ନିର୍ମଳ ସ୍ଵର୍ଣ୍ଣ ଦ୍ଵାରା ବୁକୁପଟା ନିମନ୍ତେ ମାଳା ତୁଲ୍ୟ ମୋଡ଼ା ଦୁଇ ଜଞ୍ଜିର ନିର୍ମାଣ କରିବ।
23ପୁଣି ବୁକୁପଟା ଉପରେ ସ୍ଵର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ।
24ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ଵର୍ଣ୍ଣ ଜଞ୍ଜିର ଲଗାଇବ।
25ପୁଣି ମୋଡ଼ା ଜଞ୍ଜିରର ଦୁଇ ମୁଣ୍ତ ଦୁଇ ଆଧାରରେ ବନ୍ଦ କରି ଏଫୋଦବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।
26ତୁମ୍ଭେ ସ୍ଵର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ।
27ଆହୁରି ଦୁଇ ସ୍ଵର୍ଣ୍ଣକଡ଼ା କରି ଏଫୋଦବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ାସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।
28ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ଵାରା ଏଫୋଦର କଡ଼ା ସହିତ ବନ୍ଦ ରଖିବେ।
29ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।
30ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।
31ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କରିବ।
32ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ତିଯିବ ନାହିଁ।
33ପୁଣି ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ଵ କରିବ; ଆଉ ଚାରିଦିଗରେ ତହିଁ ମଧ୍ୟେ ମଧ୍ୟେ ସ୍ଵର୍ଣ୍ଣ ଘଣ୍ଟି ରହିବ।
34ସେହି ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ଗୋଟିଏ ସ୍ଵର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ଵ, ପୁଣି ଗୋଟିଏ ସ୍ଵର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ଵ ରହିବ।
35ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶଦ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।
36ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୁଦ୍ରା ନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହି କଥା ଖୋଳିବ।
37ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବନ୍ଦ କରି ପାଗର ସମ୍ମୁଖରେ ରଖିବ।
38ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ଵନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବହିବଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।
39ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପାଗକୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି କଟିବନ୍ଧନ ସୂଚିକର୍ମ ଦ୍ଵାରା ଚିତ୍ର ବିଚିତ୍ର କରିବ।
40ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ଶୋଭା ନିମନ୍ତେ ଶିରୋଭୂଷଣ କରିବ।
41ପୁଣି ତୁମ୍ଭ ଭ୍ରାତା ହାରୋଣର ଓ ତାହାର ପୁତ୍ରଗଣର ଦେହରେ ତାହା ସବୁ ପରିଧାନ କରାଇବ; ପୁଣି ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ।
42ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ।
43ପୁଣି ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ଵୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।
ទើបបានជ្រើសរើសហើយ៖
ଯାତ୍ରା ପୁସ୍ତକ 28: ODIAOV-BSI
គំនូសចំណាំ
ចែករំលែក
ចម្លង
ចង់ឱ្យគំនូសពណ៌ដែលបានរក្សាទុករបស់អ្នក មាននៅលើគ្រប់ឧបករណ៍ទាំងអស់មែនទេ? ចុះឈ្មោះប្រើ ឬចុះឈ្មោះចូល
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.

: