ଯାତ୍ରା ପୁସ୍ତକ 31
31
ବତ୍ସଲେଲ ଓ ଅହଲୀୟାବର ଦାୟିତ୍ଵ
1ଅନନ୍ତର ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,
2ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଲୁ
3ପୁଣି ଶିଳ୍ପକର୍ମ, ଅର୍ଥାତ୍, ସ୍ଵର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି
4ସର୍ବପ୍ରକାର ଶିଳ୍ପକର୍ମ କରଣାର୍ଥେ
5ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟଦାୟକ ପରମେଶ୍ଵରଙ୍କ ଆତ୍ମାରେ ପରିପୂର୍ଣ୍ଣ କଲୁ।
6ଆଉ ଦେଖ, ଆମ୍ଭେ ଦାନବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କଲୁ; ପୁଣି ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଲୁନ୍ତଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଲୁ, ତାହାସବୁ ସେମାନେ ନିର୍ମାଣ କରିବେ।
7ଅର୍ଥାତ୍, ସମାଗମ-ତମ୍ଵୁ ଓ ସାକ୍ଷ୍ୟସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ଵୁର ସମସ୍ତ ପାତ୍ର,
8ଆଉ ମେଜ ଓ ତହିଁର ପାତ୍ରାଦି ଓ ନିର୍ମଳ ଦୀପବୃକ୍ଷ ଓ ତହିଁର ସମସ୍ତ ପାତ୍ର ଓ ଧୂପବେଦି
9ଓ ହୋମବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି,
10ପୁଣି ସୁଶୋଭିତ ବସ୍ତ୍ର ଓ ଯାଜକକର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,
11ପୁଣି ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଲୁ, ତଦନୁସାରେ ସେମାନେ କରିବେ।
ବିଶ୍ରାମର ଦିନ
12ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
13ତୁମ୍ଭେ ଆହୁରି ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମଦିନ ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ।
14ଏଣୁ ତୁମ୍ଭେମାନେ ବିଶ୍ରାମଦିନ ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟଇ; ଯେ କେହି ତାହା ଅପବିତ୍ର କରଇ, ନିଶ୍ଚୟ ତାହାର ପ୍ରାଣଦଣ୍ତ ହେବ; ପୁଣି ଯେ କୌଣସି ପ୍ରାଣୀ ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
15ଛଅ ଦିନ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହାବିଶ୍ରାମଦିନ; ସେହି ବିଶ୍ରାମଦିନରେ ଯେ କେହି କାର୍ଯ୍ୟ କରଇ, ନିଶ୍ଚୟ ତାହାର ପ୍ରାଣଦଣ୍ତ ହେବ।
16ଏହେତୁ ଇସ୍ରାଏଲ-ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମଦିନ ପାଳନ କରିବେ।
17ତାହା ଆମ୍ଭ ଓ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ଵାସିତ ହୋଇଥିଲେ।
18ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସାଙ୍ଗ କରି ସାକ୍ଷ୍ୟ ସ୍ଵରୂପ ଦୁଇ ପଟା, ଅର୍ଥାତ୍, ପରମେଶ୍ଵରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।
ទើបបានជ្រើសរើសហើយ៖
ଯାତ୍ରା ପୁସ୍ତକ 31: ODIAOV-BSI
គំនូសចំណាំ
ចែករំលែក
ចម្លង
ចង់ឱ្យគំនូសពណ៌ដែលបានរក្សាទុករបស់អ្នក មាននៅលើគ្រប់ឧបករណ៍ទាំងអស់មែនទេ? ចុះឈ្មោះប្រើ ឬចុះឈ្មោះចូល
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.