1
ମାଥିଉ 13:23
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”
Сравнить
Изучить ମାଥିଉ 13:23
2
ମାଥିଉ 13:22
ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
Изучить ମାଥିଉ 13:22
3
ମାଥିଉ 13:19
ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
Изучить ମାଥିଉ 13:19
4
ମାଥିଉ 13:20-21
ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।
Изучить ମାଥିଉ 13:20-21
5
ମାଥିଉ 13:44
“ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।”
Изучить ମାଥିଉ 13:44
6
ମାଥିଉ 13:8
ମାତ୍ର ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶ ଗୁଣ।
Изучить ମାଥିଉ 13:8
7
ମାଥିଉ 13:30
ଶସ୍ୟ ନ କାଟିବା ଯାଏ ଦୁହିଁକୁ ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋ ଅମାରରେ ସଂଗ୍ରହ କରି ରଖ।’”
Изучить ମାଥିଉ 13:30