1
ମାଥିଉ 27:46
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍ଥାନୀ?” ଅର୍ଥାତ୍, “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”
Сравнить
Изучить ମାଥିଉ 27:46
2
ମାଥିଉ 27:51-52
ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା, ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା
Изучить ମାଥିଉ 27:51-52
3
ମାଥିଉ 27:50
କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚସ୍ୱରରେ ଡାକି ପ୍ରାଣତ୍ୟାଗ କଲେ।
Изучить ମାଥିଉ 27:50
4
ମାଥିଉ 27:54
ଶତ-ସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ ଏବଂ କହିଲେ, ସତ୍ୟ, ଏ ଈଶ୍ବରଙ୍କ ପୁତ୍ର ଥିଲେ।
Изучить ମାଥିଉ 27:54
5
ମାଥିଉ 27:45
ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।
Изучить ମାଥିଉ 27:45
6
ମାଥିଉ 27:22-23
ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ। ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ।
Изучить ମାଥିଉ 27:22-23