1
ରୋମୀୟ 12:2
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ଵରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ଵାରା ପରିବର୍ତ୍ତିତ ହୁଅ।
Karşılaştır
ରୋମୀୟ 12:2 keşfedin
2
ରୋମୀୟ 12:1
ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ଵରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
ରୋମୀୟ 12:1 keşfedin
3
ରୋମୀୟ 12:12
ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ; ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ
ରୋମୀୟ 12:12 keşfedin
4
ରୋମୀୟ 12:21
କୁକ୍ରିୟାରେ ପରାଜିତ ନ ହୋଇ ସୁକ୍ରିୟାରେ କୁକ୍ରିୟାକୁ ପରାଜୟ କର।
ରୋମୀୟ 12:21 keşfedin
5
ରୋମୀୟ 12:10
ଭ୍ରାତୃପ୍ରେମରେ ପରସ୍ପର ପ୍ରତି ସ୍ନେହଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର
ରୋମୀୟ 12:10 keşfedin
6
ରୋମୀୟ 12:9
ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ
ରୋମୀୟ 12:9 keşfedin
7
ରୋମୀୟ 12:18
ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।
ରୋମୀୟ 12:18 keşfedin
8
ରୋମୀୟ 12:19
ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, ‘ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବାʼ।
ରୋମୀୟ 12:19 keşfedin
9
ରୋମୀୟ 12:11
ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର
ରୋମୀୟ 12:11 keşfedin
10
ରୋମୀୟ 12:3
କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ଵର ଯାହାକୁ ଯେ ପରିମାଣରେ ବିଶ୍ଵାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
ରୋମୀୟ 12:3 keşfedin
11
ରୋମୀୟ 12:17
ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର
ରୋମୀୟ 12:17 keşfedin
12
ରୋମୀୟ 12:16
ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ।
ରୋମୀୟ 12:16 keşfedin
13
ରୋମୀୟ 12:20
ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାʼର ମସ୍ତକ ଉପରେ ଜ୍ଵଳନ୍ତା ଅଙ୍ଗାର ଗଦା କରିବ।
ରୋମୀୟ 12:20 keşfedin
14
ରୋମୀୟ 12:14-15
ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ। ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।
ରୋମୀୟ 12:14-15 keşfedin
15
ରୋମୀୟ 12:13
ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ-ସତ୍କାରରେ ବ୍ରତୀ ହୁଅ।
ରୋମୀୟ 12:13 keşfedin
16
ରୋମୀୟ 12:4-5
କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗ-ପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକପ୍ରକାର ନୁହେଁ, ସେହିପରି ଅନେକ ଯେ ଆମ୍ଭେମାନେ, ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।
ରୋମୀୟ 12:4-5 keşfedin