1
ରୋମୀୟ 15:13
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ସେହି ଭରସାର ଈଶ୍ଵର ତୁମ୍ଭମାନଙ୍କୁ ବିଶ୍ଵାସ ଦ୍ଵାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
Karşılaştır
ରୋମୀୟ 15:13 keşfedin
2
ରୋମୀୟ 15:4
ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ରଲବ୍ଧ ଧୈର୍ଯ୍ୟ ଓ ସାନ୍ତ୍ଵନା ଦ୍ଵାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।
ରୋମୀୟ 15:4 keşfedin
3
ରୋମୀୟ 15:5-6
ଧୈର୍ଯ୍ୟ ଓ ସାନ୍ତ୍ଵନାଦାତା ଈଶ୍ଵର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ, ଯେପରି ଏକ ଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ଵରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର।
ରୋମୀୟ 15:5-6 keşfedin
4
ରୋମୀୟ 15:7
ଅତଏବ ଈଶ୍ଵରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର।
ରୋମୀୟ 15:7 keşfedin
5
ରୋମୀୟ 15:2
ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ।
ରୋମୀୟ 15:2 keşfedin